ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ହୋଇପାରନ୍ତି ଅନୀଲ କୁମ୍ବଲେ

ମୁମ୍ବାଇ: ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ଶେଷ ହୋଇଯାଉଛି। ତେଣୁ କୋଚ ଦୌଡ଼ରେ ଅନୀଲ କୁମ୍ବଲେ ହିିଁ ବିସିସିଆଇ ମୁଖ୍ୟ କୋଚ୍ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି । ସୌରଭ ଗାଙ୍ଗୁଲିଙ୍କ ନେତୃତ୍ୱାଧୀନ ବିସିସିଆଇ ଅନୀଲଙ୍କୁ ମୁଖ୍ୟ କୋଚ୍ ପଦବୀ ପାଇଁ ଆବେଦନ କରିବା ପାଇଁ କହିପାରେ। ୨୦୧୬-୧୭ରେ ବର୍ଷେ ପାଇଁ ସେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ଥିଲେ। ସଚିନ ତେନ୍ଦୁଲକର, ସୌରଭ ଗାଙ୍ଗୁଲି ଓ ଭିଭିଏସ୍‌ ଲକ୍ଷ୍ମଣଙ୍କୁ ନେଇ ଗଠିତ ତତ୍‌କାଳୀନ କ୍ରିକେଟ୍ ପରାମର୍ଶଦାତା କମିଟି ତାଙ୍କୁ ଏହି ନିଯୁକ୍ତି ଦେଇଥିଲା। ତେବେ ଅଧିନାୟକ ବିରାଟ କୋହଲିଙ୍କ ସହିତ ତାଙ୍କର ମତାନ୍ତର ହୋଇଥିଲା। ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ପାକିସ୍ତାନ ଠାରୁ ଦଳ ହାରିବା ପରେ ଅନୀଲ ମୁଖ୍ୟ କୋଚ୍ ପଦରୁ ଇସ୍ତଫା ଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ