ଟ୍ୟାଙ୍କର ଚାପାରେ ଦୁଇଭାଇ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଦଶପଲ୍ଲା (ଜୁଗାବ୍ଦ ନ୍ୟୁଜ୍‍): ୬୭ ନଂ ଜାତୀୟ ରାଜପଥ ସୋରଡ଼ା-ଲୁଣିସରା ମଧ୍ୟସ୍ଥ ବୁଲାଣିଠାରେ ଶନିବାର ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଦୁଇ ଭାଇଙ୍କ ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ହେଲେ ସୋରଡ଼ାର ରମେଶ ନାୟକ (୩୪) ଓ ତାଙ୍କ ଭାଇ ଗଣେଶ ନାୟକ (୨୦) । ଉଭୟ ବାଇକ୍ରେ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ଏକ ଗ୍ୟାସ୍ ବୋଝେଇ ଟ୍ରକ୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ଦୁହିଁଙ୍କ ମୃତ୍ୟୁ ଘଟିଥିଲା । ଏହି ଖବର ପ୍ରଚାରିତ ହେବାପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା । କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ଲୁଣିସରାଠାରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି । ପୁଲିସ ଦୁର୍ଘଟଣା ଘଟାଇଥିବା ଗ୍ୟାସ ଟ୍ୟାଙ୍କରକୁ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ