ଡ଼ଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ସଭା
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ଡ଼ଃ ଶ୍ୟାମା ପ୍ରସାଦ ମୁଖାର୍ଜୀ ଙ୍କ ବଳିଦାନ ଦିବସ ଅବସରରେ ବାଲିଗୁଡା ବିଜେପି ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ କନ୍ଧମାଳ ବିଜେପି ଜିଲ୍ଲା ସଭାପତି ଜଗନ୍ନାଥ ସାହୁ,ବିପ୍ର ଚରଣ ପ୍ରଧାନ,ନଗର ସଭାପତି ଦିବାକର ସାହୁ, ସାଧାରଣ ସମ୍ପାଦକ ଆଦିକନ୍ଦ ପଟ୍ଟନାୟକ ,ରମାନନ୍ଦ ଘଡେ଼ଇ, ଅନିଲ ଦାସ, ଅନିଲ ଚୌଧୁରୀ,ସୁଭାଶିଷ ମିଶ୍ର,ରାଜେଶ ବେହେରା ପ୍ରମୁଖ ଉପସ୍ଥିତ ରହି ପ୍ରଥମେ ସ୍ବର୍ଗତ ମୁର୍ଖାଜୀଙ୍କ ଫୋଟୋ ଚିତ୍ର ରେ ପୁଷ୍ପ ମାଲ୍ୟାର୍ପଣ କରି ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା l ଉକ୍ତ ସଭାରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ଵିତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତିରେ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଉନ୍ନତିର ପୁସ୍ତକ ଉନ୍ମୋଚନ କରି ପ୍ରତି ଗାଁ ଗାଁରେ ଲୋକଙ୍କ ପାଖରେ ପହଞ୍ଚାଇବା ସମ୍ପର୍କରେ ଆଲୋଚନା ହୋଇଥିଲା ।