ଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମ ଲେଖା ପାଇଁ ପ୍ରବେଶିକା ପରୀକ୍ଷା

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଚଳିତ ବର୍ଷର ନାମ ଲେଖା ପାଇଁ ମଙ୍ଗଳବାର ଦିନ ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି I ଏହି ପ୍ରରିପ୍ରେକ୍ଷୀରେ ବେଲଗୁଣ୍ଠା ବ୍ଳକ୍ ର ପ୍ରତାପ ଲକ୍ଷ୍ମଣପୁର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୮୦ ଟି ସ୍ଥାନ ପାଇଁ ୩୯୭ ଜଣ ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷା ଦେଇଛନ୍ତି I ଏହି ପରୀକ୍ଷା ପାଇଁ ପ୍ରତାପ ଲକ୍ଷ୍ମଣପୁର ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଅନୁଷ୍ଠିତ ପରୀକ୍ଷା କେନ୍ଦ୍ରରେ ୧୯୫ ଜଣ ପରୀକ୍ଷା ଦେଇଥିବା ବେଳେ ପାଞ୍ଚ ଜଣ ଛାତ୍ରଛାତ୍ରୀ ଅନୁପସ୍ଥିତ ଥି଼ଲେ I ସେହିପରି କ୍ଷତ୍ରିୟବରପୁର ସରକାରୀ ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ପରୀକ୍ଷା କେନ୍ଦ୍ରରେ ୨୦୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ଏବଂ ସାତ ଜଣ ଛାତ୍ରଛାତ୍ରୀ ଅନୁପସ୍ଥିତ ଥିଲେ I ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା ଏବଂ ନାଟଙ୍ଗା ଦୀନବନ୍ଧୁ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ମନୋଜ କୁମାର ଘଡ଼େଇ ପର୍ଯ୍ୟବେକ୍ଷକ ଭାବେ ଉପସ୍ଥିତ ଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ