ଡିଭାଇଡରରେ ପିଟିହେଲା ବାଇକ୍‌, ୨ ଜଣଙ୍କ ଜୀବନ ଗଲା

ଛତ୍ରପୁର, (ଦେବଦତ୍ତ ମହାରଣା):ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ବାୟା ରେଷ୍ଟୁରାଣ୍ଟ ସମ୍ମୁଖରେ ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛ। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଛି। ମୃତକ ଦ୍ୱୟ ହେଲେ ବ୍ରହ୍ମପୁର ବ୍ରହ୍ମାନଗରର ସୁମନ ଦାସ ଓ ହିଞ୍ଜିଳି କଞ୍ଚୁଡୁର ଦଣ୍ଡ ପାଳ। ଉଭୟେ ବ୍ରହ୍ମପୁରରୁ ବାହାରି ଗଞ୍ଜାମ ଅଭିମୁଖେ ବାଇକ୍‌ରେ ଯାଉଥିବା ବେଳେ ରାସ୍ତାକଡ଼ରେ ଥିବା ଡିଭାଇଡରରେ ପିଟି ହୋଇ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ଛତ୍ରପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ