ଡେଙ୍ଗାପଦର ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ବେଲଗୁଣ୍ଠା, (ସନ୍ତୋଷ ବିଷୋୟୀ ): କରୋନା ମହାମାରୀ ମଧ୍ୟରେ ଶିକ୍ଷାର୍ଥୀଙ୍କ ଜୀବନ ରକ୍ଷା ଦୃଷ୍ଟିରୁ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକ ଦୀର୍ଘ ଏକ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ବନ୍ଦ ରହିଥିଲେ ମ‌ଧ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ଆସୁଥିବା ବିଭିନ୍ନ ସରକାରୀ ସୁବିଧା ସୁଯୋଗ ଗୁଡ଼ିକ ତଥା ପାଠ୍ୟପୁସ୍ତକ, ମଧ୍ୟାହ୍ନଭୋଜନ ଅର୍ଥ, ଚାଉଳ,ପୋଷାକ ଏବଂ ଜୋତା କୋଭିଡ କଟକଣା ଭିତରେ ପିଲାଙ୍କୁ ପ୍ରଦାନ କରାଯାଇଛି I ସେହିପରି ଚଳିତ ପୋଷାକ ବିତରଣ ଋତୁରେ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ରାଜ୍ୟର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଆୟୋଜନ କରି ଛାତ୍ରଛାତ୍ରୀଙ୍କୁ ଏକ ହଳ ପୋଷାକ,ଏକ ହଳ ଜୋତା ଏବଂ ଦୁଇ ହଳ ମୋଜା ପ୍ରଦାନ କରାଯାଉଛି I ଆଜି ଗଞ୍ଜାମ ଜିଲ୍ଳା ବେଲଗୁଣ୍ଠା ବ୍ଲକ୍ ଅନ୍ତର୍ଗତ ଡେଙ୍ଗାପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ସନ୍ତୋଷ କୁମାର ମଲ୍ଲଙ୍କ ଅଧ୍ୟକ୍ଷତାରେ ପୋଷାକ ବିତରଣ ଉତ୍ସବ ଆୟୋଜନ କରାଯାଇ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ପଢୁଥିବା 172 ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଜୋତା ଏବଂ ମୋଜା ପ୍ରଦାନ କରାଯାଇଥିଲା I ଏହି ଉତ୍ସବରେ ନେଟଙ୍ଗା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧୀର କୁମାର ଦାସ ଯୋଗ ଦେଇ ଶିକ୍ଷାର୍ଥୀଙ୍କ ପାଇଁ ଉପଲବ୍ଧ ବିଭିନ୍ନ ସରକାରୀ ସୁବିଧା ସୁଯୋଗ ସମ୍ପର୍କରେ ବର୍ଣ୍ଣନା କରିବା ସହ ଉଭୟ ଅଭିଭାବକ ଏବଂ ଶିକ୍ଷକଙ୍କ ମିଳିତ ପ୍ରଚେଷ୍ଟାରେ ସରକାରୀ ବିଦ୍ୟାଳୟ ଗୁଡ଼ିକରେ ଶିକ୍ଷାର ମାନ ବୃଦ୍ଧି ପାଇବ ବୋଲି ପ୍ରକାଶ କରିଥିଲେ I ସମସ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୋଚନ ଚରଣ ସେଠୀ ସଂଯୋଜନା କରିଥିବା ବେଳେ ଶିକ୍ଷକ ଡମ୍ବରୁଧର ସାହୁ, ପ୍ରଶାନ୍ତ କୁମାର ପ୍ରଧାନ, ଶିକ୍ଷୟିତ୍ରୀ କୁନିଲତା ପ୍ରଧାନ, ରଞ୍ଜିତା ସାହୁ ଏବଂ ସୁମିତ୍ରା କୁମାରୀ ରାଉତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I କାର୍ଯ୍ୟକ୍ରମ ଶେଷରେ ଶିକ୍ଷକ ଡମ୍ବରୁଧର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ I ପୋଷାକ ଏବଂ ଜୋତା ପାଇବା ପରେ ଛାତ୍ରଛାତ୍ରୀ ବେଶ୍ ଖୁସି ଜଣାପଡ଼ୁଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ