ଢୁଙ୍କାପଡ଼ା ଉଚ୍ଚବିଦ୍ୟାଳୟର ବାର୍ଷିକ ଉତ୍ସବ

ପୋଲସରା – ପୋଲସରା ବ୍ଲକ ଅନ୍ତର୍ଗତ ଢୁଙ୍କାପଡ଼ା ଶ୍ରୀ ଶ୍ରୀ ଗୁପ୍ତେଶ୍ଵର ନୋଡ଼ାଲ ବିଦ୍ୟାପୀଠର ବାର୍ଷିକ ଉତ୍ସବ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି । ବାର୍ଷିକ ଉତ୍ସବ କ।ର୍ଯ୍ୟକ୍ରମକୁ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ । ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ବିଷ୍ଣୁ ଚରଣ ମିଶ୍ର ଅଧ୍ୟକ୍ଷତାରେ ଅନୁଷ୍ଠିତ ବାର୍ଷିକ ଉତ୍ସବ କ।ର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ପୋଲସରା ଗୋଷ୍ଠୀ ଶିକ୍ଷା ଅଧିକାରୀ ତ୍ରିଲୋଚନ ତ୍ରିପାଠୀ ଓ ସମ୍ମାନୀତ ଅତିଥି ଭାବେ ସରପଞ୍ଚଙ୍କ ପ୍ରତିନିଧି ବସନ୍ତ କୁମାର ଜେନା ଯୋଗ ଦେଇଥିଲେ। ପ୍ରତିଯୋଗିତାରେ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ର ଓ ଛାତ୍ରୀମାନଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାସ୍କୃତିକ କାର‌୍ୟ୍ୟକ୍ରମ ପରିବେଷଣ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ