ତହସିଲ କାର୍ଯ୍ୟାଳୟ ପରିଦର୍ଶନ କଲେ ଜିଲ୍ଲାପାଳ

ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ୍‌) : ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ପୂର୍ବାହ୍ନରେ ଛତ୍ରପୁର ତହସିଲ କାର୍ଯ୍ୟାଳୟ ପରିଦର୍ଶନ କରି ବିଭିନ୍ନ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ଛତ୍ରପୁର ତହସିଲ ପକ୍ଷରୁ ଜନସାଧାରଣଙ୍କ ସେବା ନିମନ୍ତେ ମୋ ଗାଁରେ ତହସିଲ କାର୍ଯ୍ୟ ଏବଂ ବିଭିନ୍ନ କାର୍ଯ୍ୟକ୍ରମ ଚାଲୁରହିଛି ତାହାର ଜିଲ୍ଲପାଳ ତଦାରଖ କରିଥିଲେ । ତଦାରଖ ବେଳେ ତହସିଲଦାର ନୀଳମାଧବ ଭୋଇ, ଅତିରିକ୍ତ ତହସିଲଦାର ଜସ୍ମିନ ପ୍ରଧାନ ଓ ରାକେଶ ନାହାକଙ୍କ ସମେତ କାର୍ଯ୍ୟାଳୟ ର ସମସ୍ତ କର୍ମଚାରି ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ