ତାକରଡାରେ ବିଦ୍ୟାଳୟ ସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳ ଉତ୍ସବ

ବୁଗୁଡା,(ଅନିଲ କୁମାର ମହାରଣା) : ତାକରଡା ଶ୍ରୀଶ୍ରୀ ଭଗବତ ସ୍ୱାମୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ର ପ୍ରଧାନ ଶିକ୍ଷକ ବିଷ୍ଣୁ ଚରଣ ମହାରଣା ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମ ଉପଲକ୍ଷେ ଜୁନିୟର ଓ ସିନିୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଡ୍ରଇଂ, ଷ୍ଟୋରି ଟେଲିଙ୍ଗି ଓ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ସମସ୍ତ ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ଯୋଗଦେବା ସହ ସହଯୋଗ କରିଥିଲେ। ଶେଷରେ ସାମୁହିକ ଭାବେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ