ତାଳସାକର ଉ.ପ୍ରା. ବିଦ୍ୟାଳୟର ବାର୍ଷିକ ଉତ୍ସବ

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ତାଳସାକର ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୀମାଞ୍ଚଳ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବୁଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଚିନ୍ମୟ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ମୁଖ୍ୟବକ୍ତା ଭାବେ ସେବା ନିବୃତ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ ଚନ୍ଦ୍ର ସେନାପତି, ସମ୍ମାନିତ ଅତିଥି ଭାବେ ବୁଗୁଡାର ଦୁଇ ଏବିଇଓ ଅମିତା କୁମାରୀ ପାଢ଼ୀ ଓ ତାପସ୍ୱିନୀ ସାହୁ ଏବଂ ନିମନ୍ତ୍ରିତ ଅତିଥିଭାବେ ଜିଲ୍ଲା ପରିଷଦ ସଦସ୍ୟ ଗଙ୍ଗାପାଣି ଜେନା, ଏସଏମସି ସଭାପତି ପ୍ରଭାତ କୁମାର ଜେନା, ସେବା ନିବୃତ କ୍ରୀଡା ଶିକ୍ଷକ ଗୋପାଳ ଚନ୍ଦ୍ର ପାତ୍ର, ସିଆରସିସି ବୃନ୍ଦ, ବୁଗୁଡା ବ୍ଲକ ଶିକ୍ଷକ ସଙ୍ଘର ସଭାପତି ଓ ସମ୍ପାଦକ ଯୋଗଦେଇଥିଲେ। ଅତିଥି ବୃନ୍ଦ ସେମାନଙ୍କ ବକ୍ତବ୍ୟରେ ଛାତ୍ରଛାତ୍ରୀମାନଙ୍କୁ ବହୁ ଉପାଦେୟ ପରାମର୍ଶ ଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶିକ୍ଷକ ଜୟନ୍ତ ପଟ୍ଟନାୟକ ଓ ହିମାଂଶୁ ବିଶ୍ୱାଳ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ