ତାଳସାକର ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ବ୍ଲକର ତାଳସାକର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା ଅଗଷ୍ଟ ୧୧ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ଏହି ପୋଷାକ ବଣ୍ଟନ ମେଳାରେ ଏବିଇଓ ସୀମାଞ୍ଚଳ ସେଠୀ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୁଗୁଡା ବିଇଓ ଚିନ୍ମୟ ମହାପାତ୍ର , ମୁଖ୍ୟ ବକ୍ତା ଭାବେ ସିଆରସିସି ସୁଶାନ୍ତ କୁମାର ସେଠୀ, ଏବଂ ସମ୍ମାନିତ ଅତିଥି ଭାବେ ସରପଞ୍ଚଙ୍କ ପ୍ରତିନିଧି ଉମାକାନ୍ତ ପାତ୍ର, ନାଏବ ସରପଞ୍ଚ ପ୍ରମୋଦ କୁମାର ପଣ୍ଡା ଓ ଏସଏମସି ସଭାପତି ପ୍ରଭାତ କୁମାର ଜେନା ପ୍ରମୁଖ ଯୋଗଦେଇ ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩୩୬ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରିଥିଲେ। ସିଆରସିସି ଶଶିକାନ୍ତ ପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ। ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ପରିଚାଳନା କମିଟି ମେମ୍ବର ବୃନ୍ଦ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ