ତିନି ମୃତକଙ୍କ ପରିବାରଙ୍କୁ ଭେଟିଲେ ଶ୍ରମ ଓ ବୀମା ମନ୍ତ୍ରୀ

ପୋଲସରା, (ଅନିଲ କୁମାର ମହାରଣା):ପୋଲସରା ବ୍ଲକର ଦୁଇ ଜଣ ଓ ବୁଗୁଡା ବ୍ଲକର ଜଣେ ବ୍ୟକ୍ତିଙ୍କ ଦୁର୍ଘଟଣା ଜନିତ ଓ ଅକାଳ ମୃତ୍ୟୁ ଘଟିଥିବା ବେଳେ ଓଡିଶା ସରକାରଙ୍କ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀକାନ୍ତ ସାହୁ ତିନି ମୃତକଙ୍କ ପରିବାର ନିକଟକୁ ଯାଇ ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରା ବ୍ଲକ ଅନ୍ତର୍ଗତ ପାତାଳସିଙ୍ଗ ଗ୍ରାମର ଧୋବା ବିଷୋୟୀ (୪୦) ସାପ କାମୁଡ଼ାରେ ମୃତ୍ୟୁ ବରଣ କରିଥିଲେ। ଖବର ପାଇ ସେପ୍ଟେମ୍ବର ୧୬ ତାରିଖ ଦିନ ମୃତକଙ୍କ ପରିବାର ନିକଟକୁ ମାନ୍ୟବର ମନ୍ତ୍ରୀ ଶ୍ରୀ ସାହୁ ଯାଇ ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରା ବ୍ଲକ ଅନ୍ତର୍ଗତ ଜକର ଗ୍ରାମର ଦିବ୍ୟାଙ୍ଗ ବ୍ୟକ୍ତି ମଙ୍ଗୁଳୁ ମହାରଣା (୫୫) ସଡକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିଲେ। ଏହା ଜାଣିବା ପରେ ଶ୍ରମ ମନ୍ତ୍ରୀ ଶ୍ରୀ ସାହୁ ସେପ୍ଟେମ୍ବର ୧୬ ତାରିଖ ଦିନ ମୃତକଙ୍କ ପରିବାରଙ୍କୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ସେହିପରି ବୁଗୁଡା ବ୍ଲକ ଅନ୍ତର୍ଗତ ବେଠିଆବୋରଦା ଗ୍ରାମର +୨ ରେ ଅଧ୍ୟୟନ କରୁଥିବା ଶଙ୍କର ପ୍ରଧାନ (୧୬) ଙ୍କ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ମୃତ୍ୟୁ ଖବର ଜାଣିବା ପରେ ସେପ୍ଟେମ୍ବର ୧୫ ତାରିଖ ଦିନ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମହୋଦୟ ମୃତକ ଛାତ୍ରଙ୍କ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ବିପତ୍ତି ସମୟରେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଲୋକଙ୍କ ନିକଟରେ ପହଞ୍ଚୁଥିବା ଯୋଗୁଁ ବୁଦ୍ଧିଜୀବୀ ବୃନ୍ଦ ମନ୍ତ୍ରୀଙ୍କୁ ପ୍ରଶଂସା କରିବା ସହ ମଙ୍ଗଳ କାମନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ