ତିନୋଟି ଅନୁଷ୍ଠାନ ପକ୍ଷରୁ ଶ୍ରମମନ୍ତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ପୋଲସରା, (ଅନିଲ କୁମାର ମହାରଣା):ପୋଲସରା ବ୍ଲକର ଅଙ୍ଗନୱାଡ଼ି କର୍ମୀ ଓ ସହାୟିକା ସଂଘ, ବର୍ତ୍ତିନୀ ବିଜ୍ଞାନ ମହାବିଦ୍ୟାଳୟ ଓ ସରସ୍ଵତୀ ଶିଶୁ ବିଦ୍ଯା ଭବନ ପକ୍ଷରୁ ରାଜ୍ୟ ସରକାରଙ୍କ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ପ୍ରଥମେ ପୋଲସରା ଏନଏସି ର ସରସ୍ଵତୀ ଶିଶୁ ବିଦ୍ଯା ଭବନ ପକ୍ଷରୁ ଶ୍ରମମନ୍ତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ସରସ୍ଵତୀ ଶିଶୁ ବିଦ୍ଯା ଭବନର ପକ୍ଷରୁ ବିଭିନ୍ନ ସମସ୍ୟା ସମ୍ପର୍କରେ ଶ୍ରମମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ବିଦ୍ୟାଳୟ ପରିସରର ଉନ୍ନତି କରଣ ସହ ବିଦ୍ୟାଳୟ କୋଠା ନିର୍ମାଣରେ ସହଯୋଗ କରିବାକୁ ଶ୍ରମମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ । ସ୍ଵଳ୍ପ ଦରମାରେ ଶିକ୍ଷାଦାନ କରୁଥିବା ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ଅତୁଳନୀୟ ଅବଦାନକୁ ଶ୍ରମମନ୍ତ୍ରୀ ଭୂୟସୀ ପ୍ରଶଂସା କରିଥିଲେ । ଏହା ପରେ ବର୍ତ୍ତିନି ବିଜ୍ଞାନ ମହାବିଦ୍ୟାଳୟରେ ମଧ୍ୟ ଶିକ୍ଷକ ଓ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିପୁଳ ସମ୍ବର୍ଦ୍ଧନା ଦିଆଯାଇଥିଲା । କଲେଜର ପ୍ରାଚୀର ଓ ଅସମ୍ପୂର୍ଣ୍ଣ କୋଠକୁ ସଂପୂର୍ଣ୍ଣ କରିବାକୁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ । ଏହାପରେ କୋଣାର୍କ କଲ୍ୟାଣ ମଣ୍ଡପରେ ଅଙ୍ଗନୱାଡ଼ି କର୍ମୀ ଓ ସହାୟିକା ସଂଘ ପକ୍ଷରୁ ଶ୍ରମମନ୍ତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ସଙ୍ଘର ସଭାନେତ୍ରୀ ଜ୍ୟୋତ୍ସ୍ନାରାଣୀ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ସଙ୍ଘର ବିଭିନ୍ନ ସମସ୍ୟା ସମ୍ପର୍କରେ ଶ୍ରମମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହଯୋଗରେ ସମସ୍ତ ସମସ୍ୟା ସମାଧାନ କରିବାକୁ ଶ୍ରମ ମନ୍ତ୍ରୀ ଶ୍ରୀ ସାହୁ ପ୍ରତିଶ୍ରୁତି ଦେଇଥିଲେ । କାର୍ଯ୍ୟକ୍ରମରେ ସିଡିପିଓ କୁନ୍ତଳା କୁମାରୀ ନାୟକ, ପୋଲସରା ଏନଏସି ଅଧ୍ୟକ୍ଷା ସଙ୍ଗୀତା କୁମାରୀ ବେହେରା,ପୂର୍ବତନ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ପ୍ରଧାନ, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ବ୍ଲକ୍ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନ, ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡ଼ା, ଜିଲ୍ଲା ପରିଷଦ ମେମ୍ବର ଅଶୋକ କୁମାର ବିଷୋୟୀ, ଝୁନୁ ଦାସ, ଓ ବିକ୍ରମ କୁମାର ନାୟକ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ