ତୃତୀୟ ଦିନରେ ଗଞ୍ଜାମ ଜିଲ୍ଲାରେ ଅହିଂସା ରଥ ପରିଭ୍ରମଣ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ପରାଧୀନ ଭାରତ ବର୍ଷକୁ ସ୍ବାଧୀନ କରିବା ପାଇଁ ଆମର ପୂର୍ବ ସୂରୀ ମାନେ ଯେଉଁ ଅସୀମ ତ୍ୟାଗ ଓ ବଳୀଦାନ ଦେଇ ଯାଇଛନ୍ତି ତାହାକୁ ଉତ୍ତର ପିଢୀଙ୍କ ନିକଟରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କର ସୁନ୍ଦର ପରିକଳ୍ପନା ହେଉଛି ଅହିସା ରଥ । ସ୍ବାଧୀନତାର ସଫଳ ତଥା ସ୍ବତନ୍ତ୍ର ମୂଳମନ୍ତ୍ର ଥିଲା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଅହିଂସା ନୀତି । ଅହିଂସାର ବାର୍ତ୍ତା ବହନ କରି ତୃତୀୟ ଦିବସରେ ଅହିଂସା ରଥ ମଧ୍ୟରୁ ଗୋଟିଏ ରଥ ଗଞ୍ଜାମ ଜିଲ୍ଲାର ସୋରଡା ମହା ଆନନ୍ଦ ଉଲ୍ଲାସର ସହ ବିରାଟ ଶୋଭାଯାତ୍ରାରେ ମାନ୍ୟବର ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ, ବ୍ଲକ୍ ଅଧ୍ୟକ୍ଷା ସାଇବାଣୀ ମଲ୍ଲିକ, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଶିବ ଶଙ୍କର ପଣ୍ଡା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୀମାଞ୍ଚଳ ମଣ୍ଡଳ, ତହସିଲଦାର ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ, କାର୍ଯ୍ୟ ନିର୍ବାହୀ ଅଧିକାରୀ ଦ୍ବିତୀକୃଷ୍ଣ ପାତ୍ର, ଭାରପ୍ରାପ୍ତ ଥାନା ଅଧିକାରୀ ରମେଶ ଚନ୍ଦ୍ର ପ୍ରଧାନ, ସ୍ଥାନୀୟ ନିର୍ବାଚିତ ଜନ ପ୍ରତିନିଧି ଅହିମସା ରଥକୁ ସ୍ବାଗତ ଓ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥି ନିମନ୍ତେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅହିଂସା ରାଲି କରି ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ । ମହାତ୍ମା ଗାନ୍ଧୀ ସ୍ମତି ଭବନ ଠାରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ବିଭିନ୍ନସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ବେଲଗୁଣ୍ଠା ଠାରେ ମଧ୍ୟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ତହସିଲଦାର ଧରଣୀଧର ବେହେରା, କାର୍ଯ୍ୟ ନିର୍ବାହୀ ଅଧିକାରୀ ରାକେଶ କୁମାର ପାତ୍ର, ବ୍ଲକ୍ ଅଧ୍ୟକ୍ଷ ପ୍ରଶାନ୍ତ ନାୟକ, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଫିରୋଜ ସେଠୀ ଓ ଅନ୍ୟାନ୍ୟ ଜନ ପ୍ରତିନିଧିଙ୍କ ଉପସ୍ଥିତିରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ବାଘ ନାଚ, ଷଣ୍ଢ ନାଚ ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଲୋକନୃତ୍ୟ ଅନୁଷ୍ଠିତ ହୋଇଥିଲା । ପରେପରେ ଅହିଂସା ରଥ ଭଞ୍ଜନଗର ବ୍ଲକ୍ ଅଭିମୁଖେ ଯାତ୍ରା କରିଥିଲା । ଭଞ୍ଜନଗର ଠାରେ ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶୀ ଭୂଷଣ ମହାପାତ୍ର, ତହସିଲଦାର ନିହାର ରଞ୍ଜନ ବେହେରା, କାର୍ଯ୍ୟ ନିର୍ବାହୀ ଅଧିକାରୀ ଆଶୁତୋଷ ଗୌରବ କର, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ସମାଜ ସେବୀ ଶୁଳପାଣି ଶତପଥୀ ଓ ଜଗଦୀଶ ପାଣିଗ୍ରାହୀ, ସାଂସଦଙ୍କ ପ୍ରତିନିଧି ପଞ୍ଚାନନ ପାଳ, ଜନ ପ୍ରତିନିଧି,ବିଦ୍ୟାଳୟ ଓ ମହା ବିଦ୍ୟାଳୟର ଛାତ୍ରଛାତ୍ରୀଗଣ ମହା ଆଡମ୍ବର ସହକାରେ ଅହିଂସା ରଥକୁ ପାଛୋଟି ନେଇ ଭବ୍ଯ ସମ୍ବର୍ଦ୍ଧନା ଦେଇଥିଲେ । ଭଞ୍ଜନଗର ବିପଦର ବନ୍ଧୁଙ୍କ ଦ୍ବାରା ୭୫ ମିଟର ଜାତୀୟ ପତାକା ରାଲି କରାଯାଇଥିଲା । ଯୋଡି ଶଙ୍ଖ, ବାଘ ନାଚ ପଶୁନୃତ୍ୟ ଏବଂ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରାଙ୍କ ରଚିତ ମୁକ୍ତି ପଥର ଯାତ୍ରୀ – ଅହିଂସା ସାରଥୀ ନାଟକ ପରିବେଷଣ କରାଯାଇଥିଲା । ଅନ୍ୟ ରଥଟି କୁକୁଡା ଖଣ୍ଡି ବ୍ଲକ୍ ରେ ପହଞ୍ଚିବା ପରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଲ୍ଲବୀ ସ୍ବାଇଁ, ତହସିଲଦାର କଲ୍ୟାଣୀ ସଂଘମିତ୍ରା ଦେବୀ, ବ୍ଲକ୍ ଅଧ୍ୟକ୍ଷ କାମାକ୍ଷ ପ୍ରସାଦ ପାତ୍ର, ଉପାଧ୍ୟକ୍ଷା ବିଷ୍ଣପ୍ରିୟା ପାତ୍ର, ଜଗଦଳପୁର ସରପଞ୍ଚ କ୍ରାନ୍ତୀକୁମାରୀ ଦେବୀ, ବଉଳଝୋଳି ସରପଞ୍ଚ ଚିତ୍ତ ରଞ୍ଜନ ବିଷୋୟୀ, ଜନ ପ୍ରତିନିଧି ଓ ବିଦ୍ୟାଳୟ ମହା ବିଦ୍ୟାଳୟର ଛାତ୍ରଛାତ୍ରୀ ଙ୍କ ଉପସ୍ଥିତିରେ ଭବ୍ୟ ସମ୍ବର୍ଦ୍ଧନା ଦିଆ ଯାଇଥିଲା । କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଛାରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ରଙ୍ଗେଇ ଲୁଣ୍ଡା ବ୍ଲକ୍ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ବଜିତ ରାୟ, ତହସିଲଦାର ମନୋଜ କୁଜୁରୁ, ଜିଲ୍ଲାପରିଷଦ ଉପାଧ୍ୟକ୍ଷା ଏସ୍ ରାଜେଶ୍ବରୀ ଦୋରା, ଜନ ପ୍ରତିନିଧି, ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ, ବିଦ୍ୟାଳୟ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ଗଣ ଓ ଜନ ସାଧାରଣ ବିପୁଳ ଉତ୍ସାହର ସହ ଅହିଂସା ରଥକୁ ସ୍ବାଗତ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପରେପରେ ଗୋପାଳପୁର ବିଜ୍ଞାପିତ ଅଞ୍ଚଳ ପରିଷଦକୁ ଅହିଂସା ରଥଟି ଯାତ୍ରା କରିଛି । ଗୋପାଳ ପୁର ଠାରେ ମାନ୍ୟବର ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ସହରାଞ୍ଚଳ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ସଚ୍ଚିଦା ନନ୍ଦ ନାୟକ, ବ୍ଲକ୍ ଅଧ୍ୟକ୍ଷ, କାର୍ଯ୍ୟ ନିର୍ବାହୀ ଅଧିକାରୀ ତ୍ରିନାଥ ବେହେରା, ଗୋପାଳପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, ଜନ ପ୍ରତିନିଧି, ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ, ବିଦ୍ୟାଳୟ ମହା ବିଦ୍ୟାଳୟର ଛାତ୍ରଛାତ୍ରୀ ଗଣ ଅହିଂସା ରଥକୁ ଭବ୍ୟ ସମ୍ବର୍ଦ୍ଧନା ଦେଇଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତହୋଇଥିବା ବେଳେ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରାଙ୍କ ନିର୍ଦ୍ଦେଶିତ ମୁକ୍ତି ପଥର ଯାତ୍ରୀ-ଅହିଂସା ସାରଥୀ ନାଟକ ମଞ୍ଚସ୍ଥ ହୋଇଥିଲା । ଗୋପାଳପୁର ଠାରେ ଅହିଂସାର ବାର୍ତ୍ତା ଉପରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଉଭୟ ରଥ ପରିଭ୍ରମଣ ସମୟରେ ଜନ ସାଧାରଣଙ୍କ ମଧ୍ୟରେ ଅପୂର୍ବ ଉତ୍ସାହ, ଉଦ୍ଦୀପନା ଦେଖାଦେବା ସହ ହଜାର ହଜାର ଜନତା ଶୋଭା ଯାତ୍ରାରେ ସାମିଲ ହୋଇ ସତ୍ୟ, ଶାନ୍ତି ଓ ନ୍ୟାୟର ମାର୍ଗ ଅହିଂସା ଧର୍ମ ପ୍ରତି ସମ୍ମାନ ପ୍ରଦର୍ଶନ କରିଛନ୍ତି । ବର୍ତ୍ତମାନ ପରିପ୍ରେକ୍ଷୀରେ ଗାନ୍ଧୀ ଦର୍ଶନର ପ୍ରାସଙ୍ଗୀକତା ରହିଥିବା ଜଣାପଡୁଛି । ଅହିଂସା ରଥ ଦୁଇଟିକୁ ବିପୁଳ ସମ୍ବର୍ଦ୍ଧନା ଦେବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ସ୍ବାଧୀନତା ସଂଗ୍ରାମୀ ଉତ୍ତର ଦାୟାଦଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ବିଦ୍ୟାଳୟ, ମହାବିଦ୍ୟାଳୟର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ, ସ୍କାଉଟ୍ ଏଣ୍ଡ ଗାଇଡ୍, ସ୍ବେଚ୍ଛାସେବୀ ଅନୁଷ୍ଠାନ ଓ ସଂସ୍କୃତି ବିଭାଗର କଳାକାର ମାନଙ୍କୁ ନେଇ ବିବିଧ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ