ତେଜୁଛି ଅସନ୍ତୋଷ

ବ୍ରହ୍ମପୁର , (ଯୁଗାବ୍ଦ ନ୍ୟୁଜ) : କେନ୍ଦ୍ରପଡା ସାଂସଦ ଅନୁଭବ ମହାନ୍ତି କେନ୍ଦ୍ରାପଡାର କାର୍ଯ୍ୟରତ ଗଣମାଧ୍ୟମ ସାମ୍ବାଦିକଙ୍କୁ ଦୁର୍ବ୍ୟବହାର କରିବା ପ୍ରତିବାଦରେ ବ୍ରହ୍ମପୁରର କାର୍ଯ୍ୟରତ ସମସ୍ତ ସାମ୍ବାଦିକ ଏକାଠି ହୋଇ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନରଙ୍କ କାର୍ଯ୍ୟାଳୟରେ ଏକ ଦାବୀ ପତ୍ର ପ୍ରଦାନ କରିଛନ୍ତି । ଗଣତନ୍ତ୍ରର ଚତୁୁର୍ଥ ସ୍ତମ୍ଭକୁ ଜଣେ ଜନ ପ୍ରତିନିଧିଙ୍କ ଏଭଳି ଖରାପ ବ୍ୟବହାର ରାଜ୍ୟର ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କ ମାର୍ଯ୍ୟଦା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ସୂଚନାଯୋଗ୍ୟ, ମଙ୍ଗଳବାର କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ସମ୍ମୀଳନୀ କକ୍ଷରେ ଆୟୋଜିତ ଉନ୍ନତ୍ତି ମୂଳକ କାର୍ଯ୍ୟର ସମୀକ୍ଷା ବୈଠକ ସରିବା ପରେ ଘରୋଇ ଟିଭି ଚ୍ୟାନେଲର ପ୍ରତିନିଧି ଖବର ସଂଗ୍ରହ କରୁଥିବା ସମୟରେ ତାଙ୍କୁ କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି ଅଶ୍ଳିଳ ବ୍ୟବହାର କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ