ଦକ୍ଷତା ବିକାଶ ତାଲିମ ନିମନ୍ତେ ପରାମର୍ଶ ଶିବିର

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ବିଜୁ ଦକ୍ଷତା ବିକାଶ କେନ୍ଦ୍ରରେ ପ୍ରଶିକ୍ଷଣ ନିମନ୍ତେ ଏକ ପରାମର୍ଶ ଶିବିର କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ଆସିଷ୍ଠାଣ୍ଟ ଇଲେକ୍ଟ୍ରୀସିଆନ ଟ୍ରେଡ ନିମନ୍ତେ ଦଶମରୁ ଉର୍ଦ୍ଧ୍ୱ ପାସ ପିଲାଙ୍କୁ ଆଡମିଶନ ଏବଂ ତାଲିମ ଦେବା ନିମନ୍ତେ ସୁଯୋଗ ପ୍ରଦାନ କରାଯାଉଛି । ଏହି ଶିବିରକୁ ଡେରାବିଶ ମଣ୍ଡଳ ଉନ୍ନୟନ ଅଧିକାରୀ ଦାଶରଥି ଜେନା ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ଜିଲ୍ଲା ନିୟୋଜନ ଅଧିକାରୀ ଘନଶ୍ୟାମ ସା ଶିବିରର ଉଦେଶ୍ୟ ଜ୍ଞାପନ କରିଥିଲେ । ଏହି ଶିବିରରେ ୫୭ଜଣ ଯୁବକ ଅଂଶଗ୍ରହଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୭ଜଣ ତାଲିମ ଗ୍ରହଣ ନିମନ୍ତେ ଯୋଗ୍ୟ ବିବେଚିତ ହୋଇଥିଲେ । ଏହି ଶିବିରକୁ କର୍ମ ନିୟୋଜନ କାର୍ଯ୍ୟାଳୟର କର୍ମଚାରୀ ଏବଂ ବ୍ଲକ କର୍ମଚାରୀମାନେ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ