ଦଶମ ଓ ଦ୍ଵାଦଶ ଶ୍ରେଣୀ ପରୀକ୍ଷା କରିବାକୁ ରାଜ୍ୟକୁ କେନ୍ଦ୍ରର ଚିଠି

ନୂଆଦିଲୀ: ପରୀକ୍ଷା ଉପରୁ ଲକ୍ ଡାଉନ କଟକଣା ହଟାଯିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସରକାର। ଦଶମ, ଦ୍ଵାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା କରିବାକୁ ପରାମର୍ଶ ଦିଆଯାଇଛି। ଦଶମ ଓ ଦ୍ଵାଦଶ ଶ୍ରେଣୀ ପରୀକ୍ଷା କରିବାକୁ ରାଜ୍ୟକୁ କେନ୍ଦ୍ର ଚିଠି ଦେଇଛି। ସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ ଚିଠି ଲେଖିଲେ ଗୃହ ସଚିବ। ତେବେ ପରୀକ୍ଷା ପାଇଁ ନିର୍ଦ୍ଦିଷ୍ଟ ଗାଇଡଲାଇନ ମାନିବାକୁ ଏହି ଚିଠିରେ ଉଲ୍ଲେଖ ରହିଛି। କଣ୍ଟେନମେଣ୍ଟ ଜୋନରେ କୌଣସି ପରୀକ୍ଷା କେନ୍ଦ୍ର ହେବନି। ଶିକ୍ଷକ ଓ ଛାତ୍ର ଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଥର୍ମାଲ ସ୍କ୍ରିନିଙ୍ଗ ସହ ପରୀକ୍ଷା କେନ୍ଦ୍ରକୁ ସାନିଟାଇଜ କରାଯିବା ନେଇ ନିର୍ଦ୍ଦେଶ ରହିଛି। ସେହିପରି ଘରୁ ପିଲାଙ୍କୁ ପରୀକ୍ଷା କେନ୍ଦ୍ରକୁ ଆଣିବାକୁ ସ୍ଵତନ୍ତ୍ର ବସ୍ ବ୍ୟବସ୍ଥା କରାଯିବ ବୋଲି ସୂଚନା ରହିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ