ଦିଗପହଣ୍ଡି ବସ୍ ଦୁର୍ଘଟଣା ୧୨ ମୃତ

ଦିଗପହଣ୍ଡି, (ଯୁଗାବ୍ଦ ନ୍ୟୁଜ):ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ମୌଳାଭଣଜା ଛକରେ ଦୁଇ ବସ ମୁହାଁମୁହିଁ ଧକ୍କା ହେବା ଫଳରେ ୧୨ଜଣଙ୍କ ମୃତ୍ୟୁ ହୋଇଛି। ଏବେ ସେହି ମୃତକମାନଙ୍କର ପରିଚୟ ମିଳିଛି। ମୃତକଙ୍କ ମଧ୍ୟରେ ୪ ଜଣ ମହିଳା, ୬ ପୁରୁଷ ଓ ଦୁଇ ଶିଶୁ ଥିବା ଜଣାଯାଇଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମୃତକମାନେ ହେଲେ ଶିବାନୀ ପ୍ରଧାନ(୨୫), ରୁପାଲି ପ୍ରଧାନ (୨୩), ସୁଜ୍ଞାନୀ କୁମାରୀ ପ୍ରଧାନ(୩୧), ସଙ୍ଗୀତା ଡାକୁଆ(୩୨), ଲିଟୁ ନାୟକ(୪୦), ତ୍ରିପତି ପ୍ରଧାନ(୪୮), ରମେଶ ପ୍ରଧାନ(୬୨) , ସୀତାରାମ ପ୍ରଧାନ(୬୦), ସଞ୍ଜୟ ମେଦିନ ରୟ(୫୦), ଶୁଭେନ୍ଦୁ ପ୍ରଧାନ(୩୨), ଦିବାଂଶୁ ପ୍ରଧାନ(୩) ଏବଂ ହାର୍ଦ୍ଧିକ(୧)।ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଦୁଇ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୭ ଜଣ ରହିଥିବା ସୂଚନା ମିଳିଛି। ଏଥିସହିତ ଦୁଇ ବସ୍‌ର ଅନେକ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ଜଣେ ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପ୍ରାଥମିକ ଅବସ୍ଥାରେ ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ସୂଚନା ଆସିଥିବା ବେଳେ ପରେ ଏହା ୧୨କୁ ବୃଦ୍ଧି ପାଇଥିବା ସ୍ଥାନୀୟ ପୁଲିସ ସୂତ୍ରରୁ ପ୍ରକାଶ।ପ୍ରାଥମିକ ସୂଚନା ଅନୁସାରେ, ରାୟଗଡ଼ାରୁ ଭୁବନେଶ୍ୱର ଯାଉଥିବା ଓଏସ୍‌ଆର୍‌ଟିସି ବସଟି ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଅନ୍ତର୍ଗତ ଖେମୁଣ୍ଡି କଲେଜ ଛକ ନିକଟରେ ବିବାହ ପରେ କନ୍ୟାକୁ ଛାଡ଼ି ବ୍ରହ୍ମପୁରରୁ ଫେରୁଥିବା ଏକ ଘରୋଇ ମିନିବସ୍‌ ସହ ମୁହାଁମୁହିଁ ଧକ୍କା ହେବାରୁ ଏହି ଅଘଟଣ ଘଟିଛି ବୋଲି ଖବର ମିଳିଛି । ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଛନ୍ତି। ସେଠାରେ ସେମାନଙ୍କର ଚିକିତ୍ସା ଜାରି ରହିଛି। ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଆହତମାନଙ୍କୁ ୩୦ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯାଇଥିବା ସୂଚନା ରହିଛି।

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ