ଦିଗପହଣ୍ଡି  ବିଜୁ ଯୁବ ବାହିନୀ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳନ

ଦିଗପହଣ୍ଡି,( ଯୁଗାବ୍ଦ ନ୍ୟୁଜ )ଜାତିରପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ଉତ୍ସବ ଦିଗପହଣ୍ଡି ଏନଏସି ଯୁବ ବାହିନୀ ପକ୍ଷରୁ ପାଳିତ ହୋଇଯାଇଛି । ଏନଏସି ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ, ବିଡିଓ ହଳଧର ଶବର, ଅତିରିକ୍ତ ତହସିଲଦାର ମନୋଜ ପ୍ରଭାକର କୁଜୁର୍ ପ୍ରମୁଖ ବଜାର ସାହି ଗାନ୍ଧୀ ଛକ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ପ୍ରଦାନ କରିବା ସହିତ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ସ୍ମୃତିଚାରଣ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ୟୁଏଲ୍ବି କୋଡିନେଟର୍ ସନ୍ତୋଷ କୁମାର ବାଡତ୍ୟା, ଏନଏସି ଯୁବ ବାହିନୀ କ୍ଳବ ଏ ସଭାପତି ସମୀରକାନ୍ତ ତ୍ରିପାଠୀ, କ୍ଳବ ବି ସଭାପତି ନୀଳାଞ୍ଚଳ ରଥ, ସମ୍ପାଦକ ଦୂର୍ଗାପ୍ରସାଦ ସାହୁ, ମନ୍ମଥ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ