ଦିଗପହଣ୍ଡି ବ୍ଳକସ୍ତରୀୟ କ୍ରୀଡା ମହୋତ୍ସବ ଉଦଘାଟିତ
ଦିଗପହଣ୍ଡି, (ଯୁଗାବ୍ଦ ନ୍ୟୁଜ):ଦିଗପହଣ୍ଡି ବ୍ଳକ ଗୋଷ୍ଠୀ ଶିକ୍ଷାଧିକାରି କାର୍ଯ୍ୟାଳୟ ତରଫରୁ ପଦ୍ମନାଭପୁର ହାଇସ୍କୁଲ ଖେଳ ପଡିଆ ଠାରେ ମଙ୍ଗଳବାର ୨ ଦିନିଆ ବ୍ଳକସ୍ତରୀୟ କ୍ରୀଡା ମହୋତ୍ସବ ଉଦଘାଟିତ ହୋଇଯାଇଛି । ଦିଗପହଣ୍ଡି ବ୍ଳକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ କ୍ରୀଡା ଉତ୍ସବର ଉଦଘାଟନୀ ଦିବସରେ ଦିଗପହଣ୍ଡି ବିଡିଓ ହଳଧର ଶବର ଏବଂ ଦିଗପହଣ୍ଡି ବ୍ଳକ ଅଧ୍ୟକ୍ଷା ସୁନୀତା କୁମାରୀ ସେଠୀ ଅତିଥିଭାବେ ଯୋଗଦାନ କରି ପ୍ରଦୀପ ପ୍ରଜ୍ବଳନ କରିବା ସହ କ୍ରୀଡା ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ସେହିପରି ସହକାରୀ ଶିକ୍ଷା ଅଧିକାରୀ ବାଳା ମାଝୀ , ରସାନନ୍ଦ ଘଡେଇ , ବିଶ୍ରବା ପାଇକ ଙ୍କ ସମେତ ପୂର୍ବତନ ସରପଞ୍ଚ ବି . କ୍ରିଷ୍ଣାରାଓ ସୁବୁଦ୍ଧି , ଏମ୍ . ନିରଞ୍ଜନ ରେଡ୍ଡୀ , କୃଷ୍ଣଚନ୍ଦ୍ର ସେଠୀ ପ୍ରମୁଖ ସମ୍ମାନୀତ ଅତିଥି ରୂପେ ମଞ୍ଚାସୀନ ଥିଲେ । ଏହି ଅବସରରେ ବ୍ଳକ ଅଧିନସ୍ଥ ବିଭିନ୍ନ ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ହାଇସ୍କୁଲ ର ୧୯୫ ପ୍ରତିଯୋଗୀ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା ରେ ଅଂଶଗ୍ରହଣ କରିଥିଲେ। ଏହି କ୍ରୀଡା ମହୋତ୍ସବକୁ ଶିକ୍ଷକ ସଂଘ ସଭାପତି ରାଜେନ୍ଦ୍ର ଗୈାଡ ସଂଯୋଜନା କରିଥିବା ବେଳେ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ବିଦ୍ୟୁତ ଲତା ମହାରଣା , ପଦ୍ମନାଭପୁର କ୍ଳଷ୍ଟର ସିଆରସିସି ବଳରାମ ବେହେରା , କ୍ରୀଡା ଶିକ୍ଷକ ଏମ.ଗୌରାଙ୍ଗ, ଏମ. ଶୁକ୍ରୁ ରେଡ୍ଡୀ , ସିମାଞ୍ଚଳ ପାଢ଼ୀ,ସସ୍ମିତା ପ୍ରଧାନ ଙ୍କ ସମେତ ବିଭିନ୍ନ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ, ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ ପ୍ରଧାନ ପରିଚାଳନା କରିଥିଲେ । ଏହି ପ୍ରତିଯୋଗିତା ରେ ୩୪ ଟି ବିଦ୍ୟାଳୟର ଛାତ୍ରୀ ଛାତ୍ର, ପ୍ରତିଯୋଗୀ ଏବଂ କ୍ରୀଡା ଶିକ୍ଷୟିତ୍ରୀ ଶିକ୍ଷକ ବୃନ୍ଦ ଉପସ୍ଥିତ ଥିବା ବେଳେ ଏନ୍ ସି ସି ଓ ସ୍କାଉଟ ଟିମ୍ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ ।


