ଦିଗାପଡା ନୋଡାଲ ଉଚ୍ଚବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ

କୋଦଳା :- ବେଗୁନିଆପଡା ବ୍ଲକ ଦିଗାପଡା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପଚାଶ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ସୂର୍ଯ୍ୟମଣି ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ ଯୋଗ ଦେଇ ବକ୍ତବ୍ୟ ଦେଇଥିଲେ l ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ବହୁ ଆଡମ୍ବରର ସହ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ଏଥିରେ ବିଭିନ୍ନ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା କୃତି ପ୍ରତିଯୋଗି ମାନଙ୍କୁ ମଞ୍ଚାସିନ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଶେଷରେ ଅନୁଷ୍ଠାନର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ ତଦାରଖ କରୁଥିବାରୁ ଶାନ୍ତି ଶୃଙ୍ଖଳାର ସହିତ କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା l ଏଥିରେ ରାଜ୍ୟ ମହିଳା ମଞ୍ଚର ଅଧକ୍ଷା ଶ୍ରୀମତୀ ମମତା ସାମନ୍ତରାୟ, ସମ୍ପାଦକ, ସଂଧାନ ପ୍ରଫେସର ପାର୍ଥସାରଥୀ ଅଜୟ ବାରିକ, ଓଡିଶା ପୋଲିସ, କନେଷ୍ଟବଳ, ହାବିଲଦାର ଓ ସିପାହୀ ମହାସଂଘର ସଭାପତି ଶ୍ରୀ ସନ୍ତୋଷ କୁମାର ଶତପଥି, ବେଗୁନିଆପଡା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ପ୍ରଦୀପ କୁମାର ପଣ୍ଡା, କୋଦଳା ତହସିଲଦାର ଶ୍ରୀ ପ୍ରଭାତ କୁମାର ପରିଡା, ବେଗୁନିଆପଡା ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ କମଳା କାନ୍ତ ସାହୁ କାର୍ଯ୍ୟକ୍ରମରେ ମଞ୍ଚାସିନ ଥିବା ବେଳେ ଶ୍ରୀ ଅଶ୍ୱିନୀ କୁମାର ପ୍ରହରାଜ ମଞ୍ଚାସିନ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ