ଦିନକରେ ୮୧,୪୬୬ ଆକ୍ରାନ୍ତ ଚିହ୍ନଟ, ୪୬୯ ମୃତ

ନୂଆଦିଲ୍ଲୀ, (‌ୱାଇଏନ୍‌ଏସ୍‌): ଦେଶରେ ଦିନକରେ ଆଜି ରେକର୍ଡସଂଖ୍ୟକ ୮୧,୪୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ସହ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୨୩ କୋଟି ଟପିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୧,୪୬୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୬୯ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୩,୦୩,୧୩୧ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୪୬୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୩,୩୯୬ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫୦,୩୫୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୫,୨୫,୦୩୯। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୬,୧୪,୬୯୬।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ