ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କ ବ୍ଲକ ସ୍ତରୀୟ କ୍ରୀଡା ଉତ୍ସବ

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲା ସମଗ୍ର ଶିକ୍ଷା ଆନୁକୂଲ୍ୟରେ ବୁଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ବ୍ଲକ ସ୍ତରୀୟ କ୍ରୀଡା ଉତ୍ସବ ବୁଗୁଡା ପିପୁଲସ କଲେଜ ପରିସରରେ ସେପ୍ଟେମ୍ବର ୩ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ପିପୁଲସ କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ହରେକୃଷ୍ଣ ନାୟକ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ ମୁଖ୍ୟ ଅତିଥି, ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ମୁଖ୍ୟ ବକ୍ତା, ପିପୁଲସ କଲେଜ ଅଧ୍ୟାପକ ବିନୋଦ କୁମାର କର , କ୍ରୀଡା ଅଧ୍ୟାପକ କ୍ରିଷ୍ଣା ରାଓ ପାତ୍ର, ସିଆରସିସି ପ୍ରତାପ କୁମାର ଖାଡଙ୍ଗା, ପିଇଟି ବିଶ୍ୱେଶ୍ୱର ଗିରି ଓ ଏମ.ଶ୍ରୀନିବାସ ଦୋରା ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ । ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ ସୋନାଲିନ ପଣ୍ଡା ଓ ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ଡାକୁଆ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ବ୍ଲକ ସ୍ତରୀୟ କ୍ରିଡା ଉତ୍ସବ ଅନୁଷ୍ଠିତ ହୋଇଥିଲା। ମୋଟ ୮୦ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକ ଏହି କ୍ରୀଡା ଉତ୍ସବରେ ଯୋଗ ଦେଇଥିଲେ। ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଙ୍ଗୀତ, ଚିତ୍ରାଙ୍କନ, ବିଲାତିଆଳୁ ଛାମୁଚ, ମ୍ୟୁଜିକାଲ ଚେୟାର ଓ ବକେଟ ବଲ ୫ ଟି ବିଭାଗରେ କ୍ରୀଡା ଅନୁଷ୍ଠିତ ହୋଇଥିଲା। ପ୍ରତ୍ୟେକ ବିଭାଗରେ ଶ୍ରେଷ୍ଠ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ୧୫ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏଥିସହ ଅବଶିଷ୍ଟ ୬୫ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ସ୍ୱାନ୍ତନା ମୂଳକ ପୁରସ୍କାର ପ୍ରଦାନ କରାଯାଇଥିଲା। ସମସ୍ତ ସିଆରସିସି, ଆଇ.ଇ.ଭି. ଓ କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ