“ଦିବ୍ୟାଙ୍ଗ ଜନ ସମାଧାନ” ରେ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ଛତ୍ରପୁର, (ଦେବଦତ୍ତ ମହାରଣା) :-ଗଞ୍ଜାମ ଜିଲ୍ଲାର ସମସ୍ତ ଦିବ୍ୟାଙ୍ଗ ଜନ ମାନଙ୍କ ହିତ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରତ୍ୟେକ ସୋମବାର “ଦିବ୍ୟାଙ୍ଗ ଜନ ସମାଧାନ” ରେ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଆସୁଛି । ଏହି ପରିପ୍ରେକ୍ଷୀରେ ଆଜି ସ୍ଥାନୀୟ ଡିଆରଡିଏ ସ୍ଥିତ ଜଉଗଡ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଲୀନା କୁମାରୀ ଖେସ୍ ଓ ଡୁଡା ପିଡି ସଚ୍ଚିଦାନନ୍ଦ ନାୟକ ଉପସ୍ଥିତ ରହି ଦିବ୍ୟାଙ୍ଗ ମାନଙ୍କ ଅଭିଯୋଗ ଗୁଡିକ ଶୁଣାଣୀ କରିଥିଲେ । ସେମାନେ ଯେପରି ସହଜରେ ବିଭିନ୍ନ ସହାୟତା ପାଇପାରିବେ ସେଥି ନିମନ୍ତେ ଦୃଷ୍ଟି ଦେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ୨ଜଣ ଦିବ୍ୟାଙ୍ଗଙ୍କୁ ଲାପଟାପ ପ୍ରଦାନ କରାଯାଇଥିବା ବେଳେ ଜଣଙ୍କୁ ବ୍ୟାଟରୀ ଚାଳିତ ସାଇକେଲ ଦିଆଯାଇଥିଲ।। ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ର ଅଧିକ୍ଷୀକ ଡାକ୍ତର ପ୍ରଫୁଲ ଚନ୍ଦ୍ର ଗୈାଡ, ଛତ୍ରପୁର ବିଡିଓ ଶାରଦା ପ୍ରସନ୍ନ ପଣ୍ଡାଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ