ଦିବ୍ୟାଙ୍ଗ ଶିକ୍ଷାର୍ଥୀଙ୍କ ଖେଳକୁଦ ପ୍ରତିଯୋଗିତା

ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ହିଞ୍ଜିଳିକାଟୁ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ଦିବ୍ୟାଙ୍ଗ ଶିକ୍ଷାର୍ଥୀ ମାନଙ୍କୁ ନେଇ ଏକ ବ୍ଳକସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୌରପରିଷଦର ନିର୍ବାହୀ ଅଧିକାରୀ ଡ଼ଃ. ମନୋରଂଜନ ସାହୁ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ବିଇଓ ବସନ୍ତ କୁମାର ପଣ୍ଡା, ଏବିଇଓ ବିଶ୍ୱନାଥ ମହାରଣା, କେ. ନିମାଇଁଚାନ୍ଦ ମହାପାତ୍ର ପ୍ରମୁଖ ମଂଚାସିନ ଥିଲେ । ହିଞ୍ଜିଳିକାଟୁ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ବିଦ୍ୟାଳୟର ୮୦ ଜଣ ଦିବ୍ୟାଙ୍ଗ ଶିକ୍ଷାର୍ଥୀ ଆୟୋଜିତ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ । ଆଳୁଚାମଚ, ସଙ୍ଗୀତ ଓ ମ୍ୟୁଜିକ ଚେୟାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ପ୍ରତ୍ୟେକ ପ୍ରତିଯୋଗିତାରେ ୧ମ ସ୍ଥାନ ଅର୍ଜନ କରିଥିବା ଶିକ୍ଷାର୍ଥୀଙ୍କୁ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ସକାଶେ ମନୋନୀତ କରାଯିବା ସହ କୃତୀତ୍ୱ ହାସଲ କରିଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମକୁ ସମସ୍ତ ସିଆରସିସି, ବିଆରଟି, ଝୁନା ମିଶ୍ର, ନମିତା ସାମନ୍ତରାୟ, ରଘୁନାଥ ସାହୁ ପ୍ରମୁଖ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ