ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

ପିପିଲି (ଜୁଗାବ୍ଦ ନ୍ୟୁଜ୍‍): ପିପିଲି-ଡେଲାଙ୍ଗ ବିଜେପି ପକ୍ଷରୁ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କୁ ପିପିଲି ହାଠଛକଠାରେ ଶନିବାର ପୂର୍ବାହ୍ନରେ ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଭ୍ୟ ଆଶ୍ରିତ ପଟ୍ଟନାୟକଙ୍କ ନେତୃତ୍ୱରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ନିମନ୍ତେ ପୁରୀ ଯାଉଥିବା କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ପିପିଲି ଠାରେ ଶତାଧିକ ବିଜେପି କର୍ମୀ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିଲେ । ଓଡ଼ିଶାର ସାମଗ୍ରୀକ ବିକାଶ ପାଇଁ ସେ ସବୁମତେ ଉଦ୍ୟମ ଜାରି ରଖିବେ ବୋଲି ଉଭୟ ମନ୍ତ୍ରୀ ପ୍ରକାଶ କରିଥିଲେ । ଏଥିସହ ଦୁଇ ମନ୍ତ୍ରୀଙ୍କ ସହ ଥିବା ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଅରୁଣ ସିଂହଙ୍କୁ ମଧ୍ୟ କର୍ମୀମାନେ ସମ୍ବର୍ଦ୍ଧନା ଦେଇଥିଲେ । ଶ୍ରୀ ପଟ୍ଟନାୟକଙ୍କ ସମେତ ପିପିଲିର ପୂର୍ବତନ ପୌର ଉପାଧ୍ୟକ୍ଷ ସୁକାନ୍ତ ଭଟ୍ଟ, ଜିଲ୍ଲା ବିଜେପି ଉପସଭାପତି ଜନ୍ମେଜୟ ଜେନା, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଅଜୟ ପ୍ରଧାନ, ବରିଷ୍ଠ ନେତା କୃତିବାସ ମହାପାତ୍ର, ଯୁବନେତା ଭବାନୀ ସାହୁ, ବିସ୍ତାରକ ଆର୍ତ୍ତବନ୍ଧୁ ପୃଷ୍ଠି, ମଣ୍ଡଳ ସଭାପତି ସୁଧିର ବିଶ୍ୱାଳ ପ୍ରମୁଖ ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ