ଦୁଇ ଗୋଟି ଶିକ୍ଷାନୁଷ୍ଠାନରେ ପୋଷାକ ବିତରଣ ମେଳା

ବୁଗୁଡ଼ା, (ଅନିଲ କୁମାର ମହାରଣା) : ବୁଗୁଡା ବ୍ଲକ ଅନ୍ତର୍ଗତ ଗୌଡ଼ିଆ ବୋରଦା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଓ ବୁଗୁଡା ନେଳିଆ ବନ୍ଧ ସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନଭେମ୍ବର ୧୮ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି । ଗୌଡ଼ିଆ ବୋରଦା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ପୋଷାକ ଓ ଜୋତା ବଣ୍ଟନ ମେଳାରେ ମୁଖ୍ୟ ଅତିଥି ଭାବେ ବୁଗୁଡା ବ୍ଲକ ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭ୍ରମର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ସମ୍ମାନିତ ଅତିଥି ଭାବେ ଏସଏମସି ସଭାପତି ଦୁର୍ଯ୍ୟୋଧନ ପାତ୍ର ଯୋଗଦେଇ ଥିଲେ। ଅତିଥି ମାନଙ୍କ ଦ୍ୱାରା ୨୪୪ ଜଣ ଛାତ୍ରଛାତ୍ରୀ ଙ୍କୁ ପୋଷାକ ଓ ଜୋତା ବଣ୍ଟନ କରାଯାଇଥିଲା । ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ମେଳା ପରିଚାଳନାରେ ସହଯୋଗ କରିଥିଲେ। ସେହିପରି ବୁଗୁଡା ଏନଏସି ର ନେଳିଆ ବନ୍ଧ ସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ ଏବିଇଓ ଶ୍ରୀ ସେନାପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଳାକୁ ଉଦଘାଟନ କରିଥିବା ବେଳେ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ବେହେରା ଅଧ୍ୟକ୍ଷତା କରିଥିଲେ। ବିଦ୍ୟାଳୟ ର ଏସଏମସି ସଭାପତି ଜଳନ୍ଧର ନାୟକ ଓ ସିଆରସିସି ପ୍ରତାପ କୁମାର ଖଡଙ୍ଗା ସମ୍ମାନିତ ଅତିଥି ଭାବେ କାର୍ଯ୍ୟକ୍ରମ ରେ ଯୋଗଦେଇଥିଲେ। ଅତିଥି ବୃନ୍ଦ ୨୩ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ପରିଚାଳନା କମିଟି ସଦସ୍ୟ ସଦସ୍ୟା ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ