ଦୁଇ ବିଦ୍ୟାଳୟରେ ବାର୍ଷିକ ଉତ୍ସବ
ବୁଗୁଡା : ବୁଗୁଡା ବ୍ଲକ ଅନ୍ତର୍ଗତ ସମଲାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ପାଣିକେଶ୍ୱର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ୱୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଦିନ ସମଲାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ସଞ୍ଜୟ କୁମାର ବିଶ୍ବାଳ ଅଧ୍ୟକ୍ଷତା କରିଥିବା ବେଳେ ଅତିଥି ଭାବେ ପୂର୍ବତନ ପ୍ରଧାନଶିକ୍ଷକ ଭଗବାନ ସାହୁ , ସିଆରସିସି ପ୍ରଫୁଲ କୁମାର ସାହୁ, ଏସଏମସି ସଭାପତି ନାରାୟଣ ପ୍ରଧାନ ଓ ଗ୍ରାମ୍ୟ କମିଟି ସଭାପତି ଦିବାକର ପ୍ରଧାନ ପ୍ରମୁଖ ଯୋଗଦେଇ ପ୍ରତିଯୋଗିତାରେ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ସହକାରୀ ଶିକ୍ଷୟତ୍ରୀ ଅନିମା ରାଣୀ ଭୋଳ ଓ ସହକାରୀ ଶିକ୍ଷକ ମହେଶ୍ୱର ଆଲଟିଆ ପରିଚାଳନାରେ ସହଯୋଗ କରିଥିଲେ। ସେହିପରି ଶନିବାର ଦିନ ପାଣିକେଶ୍ୱର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ କୁମୁଦ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।ଅତିଥି ଭାବେ ସିଆରସିସି ଆଶୁତୋଷ ମିଶ୍ର ଓ ଏସଏମସି ସଭାପତି ବୁଲୁ କୁମାର ସ୍ବାଇଁ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱଲାଭ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଶିକ୍ଷକ ବସନ୍ତ କୁମାର ନାୟକ,ପ୍ରକାଶ ଚନ୍ଦ୍ର ପ୍ରଧାନ, ପ୍ରଭାତ କୁମାର ବେହେରା ଓ ମନୋଜ କୁମାର ମାଝି ପରିଚାଳନାରେ ସହଯୋଗ କରିଥିଲେ। ଉଭୟ ବିଦ୍ୟାଳୟରେ ଶେଷରେ ସାସ୍କୃତିକ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


