ଦୁଇ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ

ପୋଲସରା,(ଅନିଲ କୁମାର ମହାରଣା): ପୋଲସରା ବ୍ଲକ ଅନ୍ତର୍ଗତ କେନ୍ଦୁବାଡି ଗ୍ରାମର ଦୁଇଜଣ ବ୍ୟକ୍ତି ବାଇକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ବେଳେ ନଭେମ୍ବର ୧୫ ତାରିଖ ଦିନ ସ୍ଥାନୀୟ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । କେନ୍ଦୁବାଡି ଗ୍ରାମର ମଦନ ଭୂୟାଁ ଝୋଲାରୀ ବଡପଦା ପଙ୍କଜ ପଲ୍ଲୀ ନିକଟରେ ବାଇକ ଦୁର୍ଘଟଣାରେ ଘଟଣା ସ୍ଥଳରେ ହିଁ ମୃତ୍ୟୁ ବରଣ କରିଥିବା ବେଳେ ସେହି ଗ୍ରାମର କବିରାଜ ବେହେରା ବୁଗୁଡା ବଡଶଙ୍ଖ ନିକଟରେ ବାଇକ ଦୁର୍ଘଟଣାରେ ଗୁରୁତର ଆହତ ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଥିଲେ। ଉଭୟ ମୃତକଙ୍କ ପରିବାରଙ୍କୁ ବିଧାୟକ ଶ୍ରୀ ସାହୁ ଭେଟି ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ବିଧାୟକଙ୍କ ସହ କେନ୍ଦୁବାଡି ସରପଞ୍ଚ ବିଜୟ କୁମାର ସ୍ୱାଇଁ ମଧ୍ୟ ଦୁଇ ପରିବାରଙ୍କ ଘରକୁ ଯାଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ