ଦୁର୍ନିତୀ ନିବାରଣ ସଚେତନତା ଶିବିର

ବ୍ରହ୍ମପୁର , (ଯୁଗାବ୍ଦ ନ୍ୟୁଜ) : ବ୍ରହ୍ମପୁରସ୍ଥିତ ଗୁରୁକୁଳ ଇଣ୍ଟରନ୍ୟାସନାଲ ବିଦ୍ୟାଳୟ ପରିସରରେ ବୁଧବାର ଦୁର୍ନିତୀ ନିବାରଣ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥୀ ଭାବେ ଯୋଗଦେଇ ବ୍ରହ୍ମପୁର ଭିଜିଲାନ୍ସ ଏସିପି ମାୟାଧର ସ୍ୱାଇଁ ଛାତ୍ରଛାତ୍ରୀ ମାନଙ୍କୁ ଭିଜିଲାନ୍ସର ବିଭିନ୍ନ କାର୍ଯ୍ୟ ସଂପର୍କରେ ଆଲୋଚନା କରିବା ସହ ଭିଜିଲାନ୍ସ ସତର୍କତା ସମ୍ବନ୍ଧରେ ବହୁ ଗୁରୁତ୍ୱପୁର୍ଣ୍ଣ ତଥ୍ୟ ପ୍ରଦାନ କରି ଏହାର ସଚେତନତା କରାଯିବ ସେ ସମ୍ପର୍କରେ ଆଲୋଚନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସଭାପତି ଶ୍ରୀଯୁକ୍ତ ପ୍ରଶାନ୍ତ ମହାପାତ୍ର, ଉପ ଅଧ୍ୟକ୍ଷ ଶ୍ରୀଯୁକ୍ତ ଭିକାରୀ ଚରଣ ବେହେରା, ନରସିଂହ ସାହୁ, ପ୍ରମୁଖ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ