ଦୁର୍ନୀତି ନିବାରଣ ସଚେତନତା ସଭା

ପୁରୁଷୋତ୍ତମପୁର, (ରମେଶ ଚନ୍ଦ୍ର ଗୌଡ଼):ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଶୁକ୍ରବାର ପୁରୁଷୋତ୍ତମପୁର ବରିଷ୍ଠ ନାଗରିକ ସଂଘ ସଭାପତି ଅରୁଣ କୁମାର ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ହିନ୍ଦୀ ପ୍ରଚାର ସଭା ପରିସରରେ ଏକ ସଚେତନତା ସଭା ଆୟୋଜନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ସ୍ଥାନୀୟ ବିଡ଼ିଓ ମନୋଜ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ ତାରାତାରିଣୀ ମହାବିଦ୍ୟାଳୟ ର ଅଧ୍ୟକ୍ଷ, ସମ୍ମାନିତ ଅତିଥି ପୂର୍ବତନ ନଗରପାଳ ବାସୁଦେବ ମହାପାତ୍ର, ଅବସରପ୍ରାପ୍ତ କର୍ମଚାରୀ ସଂଘ ସଭାପତି ନରସିଂହ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଦୁର୍ନୀତି ମୁକ୍ତ ଭାରତ ଗଠନ ପାଇଁ ଶପଥ ପାଠ କରାଇଥିଲେ। କାର୍ଯ୍ୟକ୍ରମ ରେ ଛାତ୍ରଛାତ୍ରୀ, ବରିଷ୍ଠ ନାଗରିକ, ଅବସରପ୍ରାପ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ବରିଷ୍ଠ ଶିକ୍ଷାବିତ୍ ପ୍ରଫୁଲ୍ଲ କୁମାର ରଥ, ହରିହର ପଣ୍ଡା ପ୍ରମୁଖ କାର୍ଯ୍ୟକ୍ରମ କୁ ସଞ୍ଜୋଜନାକରିଥିଲେ ‌।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ