ଦେପୁର ହନୁମାନ ଜୟନ୍ତୀ ଓ ବିଶ୍ୱଶାନ୍ତି ମହାଯଜ୍ଞ ଉଦ୍ଯାପିତ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ପବିତ୍ର ପଣାସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଉପଲକ୍ଷେ ୩ ଦିନ ବ୍ୟାପି ଅନୁଷ୍ଠିତ ହନୁମାନ ଜୟନ୍ତୀ ଓ ବିଶ୍ୱଶାନ୍ତି ମହାଯଜ୍ଞ ଉଦଯାପିତ ହୋଇଯାଇଛି । କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ପଞ୍ଚାୟତର ଦେପୁର ଗ୍ରାମରେ ଅନୁଷ୍ଠିତ ଏହି ଯଜ୍ଞରେ ମହିଳାମାନଙ୍କ ଦ୍ୱାରା ଗୋବରୀ ଘାଟରୁ ୧୦୮ କଳସ ଶୋଭାଯାତ୍ରା ସହିତ ଶୁଭାଧିବାସ, ଅଙ୍କୁରାରୋପଣ, ସୂର୍ଯ୍ୟପୂଜା, ଗୋପୂଜନ, ହୋମଯଜ୍ଞ, ନାମଯଜ୍ଞ, ଅନ୍ନଯଜ୍ଞ ଆଦି ଅନୁଷ୍ଠିତ ହୋଇଥିଲା । ପ୍ରତିଦିନ ସନ୍ଧ୍ୟାରେ ସାସ୍କୃତିକ କାର୍ଯ୍ୟକ୍ରମ ସହିତ ପ୍ରବଚନ ମଧ୍ୟ ଅନୁଷ୍ଠିତ ହୋଇଥିଲା । ଶେଷରେ ପୂର୍ଣ୍ଣାହୁତିରେ ସ୍ଥାନୀୟ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁ ଯୋଗ ଦେଇଥିଲେ । ଗ୍ରାମବାସୀଙ୍କ ଦ୍ୱାରା ଏହି କାର୍ଯ୍ୟକ୍ରମ ସମାପନ ହୋଇଥିଲା । ଆଖପାଖ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁ ଏହି ଉତ୍ସବରେ ଯୋଗଦେଇ ହନୁମାନଙ୍କର ଆଶିର୍ବାଦ ଲାଭ କରିଥିଲେ ।


