ଦେପୁର ହାଇସ୍କୁଲରେ ଭାଷା ସାହିତ୍ୟ ଓ ସୃଜନଶୀଳତା କାର୍ଯ୍ୟକ୍ରମ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ରାଜ୍ୟ ସରକାରଙ୍କ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ଶିକ୍ଷା ବିଭାଗର ମିଳିତ ଆନୁକୁଲ୍ୟରେ ଭାଷା ସାହିତ୍ୟ ଓ ସୃଜନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ବ୍ଲକ୍ ଅନ୍ତର୍ଗତ ଓସ୍ତପୁର ଗ୍ରାମପଞ୍ଚାୟତର ଦେପୁର ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ ନାୟକଙ୍କ ସଂଯୋଜନାରେ ଭାଷା ସାହିତ୍ୟ ଓ ସୃଜନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୋ ବିଦ୍ୟାଳୟ ଅଭିଯାନର ସଭ୍ୟ ତଥା ଅବସର ପ୍ରାପ୍ତ ଶିକ୍ଷାବିଭାଗ ନିରୀକ୍ଷକ ମଧୁସୂଦନ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମନୋଜ ନାୟକ ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବେଳେ ସନାତନ ବାରିକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ମୁଖ୍ୟ ବକ୍ତାଭାବେ ଅଭିମନ୍ୟୁ ନାୟକ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଲୁକ୍କାୟିତ ଥିବା ପ୍ରତିଭାକୁ ପ୍ରକାଶ କରିବାରେ ଏହି ଭାଷା ସାହିତ୍ୟ ଓ ସୃଜନଶୀଳତା ଏକ ଅଙ୍ଗ ବୋଲି ପ୍ରକାଶ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୋ ସ୍କୁଲ ଅଭିଯାନର ସଦସ୍ୟ / ସଦସ୍ୟା ପରିଚାଳନା କମିଟିର ସଭ୍ୟ ଏବଂ ନବମ ଏବଂ ଦଶମ ଶ୍ରେଣୀର ଅଭିଭାବକମାନେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତାକୁ ବୁଲି ଦେଖିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ । ଛାତ୍ର/ଛାତ୍ରୀମାନଙ୍କ ମଧ୍ୟରେ ଅନୁଷ୍ଠିତ ବିଜ୍ଞାନ ପ୍ରକଳ୍ପ, ଚିତ୍ରାଙ୍କନ, ନୃତ୍ୟ, ଗୀତ, କବିତା ଆଦି କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ