ଦେଶରେ କମୁଛି ସଂକ୍ରମଣ: ଦିନକରେ ୨୮,୫୯୧ ପଜିଟିଭ, ୩୩୮ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ସଂକ୍ରମଣ ଓ ମୃତ୍ୟୁ କମୁଥିବା ବେଳେ ଗତ ୨୪ ଘଣ୍ଟାରେ ସଂକ୍ରମଣ ସଂଖ୍ୟା ୨୮ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁ ସଂଖ୍ୟା ୩୩୮ ରହିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୮,୫୯୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୩୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୨,୩୬,୯୨୧ ଓ ମୃତ୍ୟୁସଂଖ୍ୟା ୪,୪୨,୬୫୫ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୪,୮୪୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୪,୦୯,୩୪୫ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୮୪,୯୨୧। ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୧ ତାରିଖ ସୁଦ୍ଧା ସମୁଦାୟ ୫୪,୧୮,୦୫,୮୨୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୩୦,୧୨୫ଟି ନମୁନା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ