ଦେଶରେ କରୋନା ମୃତ୍ୟୁ ୯ ହଜାର ଟପିଲା

ନୂଆଦିଲ୍ଲୀ : ଭାରତରେ କରୋନା ଭୂତାଣୁ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ପାର ହୋଇଥିବା‌ବେଳେ ଦୈନିକ ଆକ୍ରାନ୍ତ ସଂଖ୍ୟା ୧୧ ହଜାର ଅତିକ୍ରମ କରିଛି। ରବିବାର ସକାଳ ସୁଦ୍ଧା ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ୯୨୨କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ୧୧ ହଜାର ୯୨୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହା ବର୍ତ୍ତମାନ ସୁଦ୍ଧା ଦୈନିକ ଚିହ୍ନଟ ହେଉଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ। ଏଥି ସହିତ ୨୪ ଘଣ୍ଟାରେ ଦେଶରେ ୩୧୧ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ଦେଶରେ ଦେଶରେ ୩ ଲକ୍ଷ ୨୦ ହଜାର ୯୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଉଛନ୍ତି । ସେଥିମଧ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧ ଲକ୍ଷ ୬୨ ହଜାର ୩୭୯ ଜଣ ଆକ୍ରାନ୍ତ ଏବଂ ଦେଶରେ ବର୍ତ୍ତମାନ ସୁଦ୍ଧା ୯ ହଜାର ୧୯୫ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି । ସେହିପରି ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ୧ ଲକ୍ଷ ୪୯ ହଜାର ୩୪୮ ଜଣ ଆକ୍ରାନ୍ତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ