ଦେଶରେ ଗତ ୨୪ ଘଣ୍ଟାରେ ୨୫୨ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ, (ୱାଇଏନ୍ଏସ୍ ): ଦେଶରେ ଦୈନିକ ସଂକ୍ରମଣ ଏବେ କମିଥିବା ବେଳେ ଗତ ୨୪ ଘଣ୍ଟାରେ କରୋନାରେ ୨୫୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ୧୧୫ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୪ ହଜାର ୪୬୯ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୭୨ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୯ ହଜାର ୫୭୫ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୫ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୫ ହଜାର ୩୮୫ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୮୧ କୋଟି ୮୫ ଲକ୍ଷ ୧୩ ହଜାର ୮୨୭ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୯୬ ଲକ୍ଷ ୪୬ ହଜାର ୭୭୮ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୫ କୋଟି ୫୦ ଲକ୍ଷ ୩୫ ହଜାର ୭୧୭ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୪ ଲକ୍ଷ ୧୩ ହଜାର ୯୫୧ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୭ ଲକ୍ଷ ୪୯ ହଜାର ୫୭୪ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୫ ଲକ୍ଷ ୪ ହଜାର ୫୩୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


