ଦେଶରେ ଦୈନିକ ନମୁନା ପରୀକ୍ଷଣରେ ଅଭୂତପୂର୍ବ ବୃଦ୍ଧି

ନୂଆ ଦିଲ୍ଲୀ:ଦିନକୁ ଅନୁନ୍ୟ ୧୦ ଲକ୍ଷ ନମୁନା ପରୀକ୍ଷଣର ଲକ୍ଷ୍ୟ ନେଇ ଗତ ୨ ଦିନ ମଧ୍ୟରେ ଏହି ସଂଖ୍ୟାରେ ଆଶାତୀତ ଉନ୍ନତି ଘଟିଛି ।
ଗତ ୨୪ ଘଣ୍ଟା ମଧ୍ୟରେ ୧୧.୭୦ ଲକ୍ଷ (୧୧,୭୨,୧୭୯) ନମୁନା ପରୀକ୍ଷଣ ହୋଇଛି ଯାହାକୁ ମିଶାଇ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୪.୫ କୋଟି (୪,୫୫,୦୯,୩୮୦) ନମୁନା ପରୀକ୍ଷା ହୋଇସାରିଛି ।
ଜାନୁଆରୀ ୩୦, ୨୦୨୦ ବେଳକୁ ଦେଶରେ ଦିନକୁ ମାତ୍ର ୧୦ଟି ନମୁନା ପରୀକ୍ଷା ହେଉଥିବା ବେଳେ ଆଜି ଏହା ୧୧ ଲକ୍ଷକୁ ଅତିକ୍ରମ କରିଛି । ବର୍ତ୍ତମାନ ଦେଶରେ ଦୈନିକ ପରୀକ୍ଷା ଅନ୍ୟାନ୍ୟ ଦେଶ ତୁଳନାରେ ସବୁଠାରୁ ଆଗରେ ରହିଛି । ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ବ୍ୟାପକ ପରୀକ୍ଷା ଯୋଗୁଁ ସଅଳ ରୋଗ ନିରୂପଣ, ହସ୍ପିଟାଲ ଓ ଘରୋଇ ଏକାନ୍ତବାସରେ ଚିକିତ୍ସା କରାଯାଇପାରୁଥିବାରୁ ମୃତ୍ୟୁ ହାର ହ୍ରାସ ପାଇଛି । କେବଳ ସେତିକି ନୁହେଁ, ଅଧିକ ନମୁନା ପରୀକ୍ଷା ଯୋଗୁଁ ପଜିଟିଭ ହାର ମଧ୍ୟ ହ୍ରାସ ପାଇବାରେ ଲାଗିଛି । ଦ୍ରୁତ ପରୀକ୍ଷାଗାର ପ୍ରତିଷ୍ଠା ଯୋଗୁଁ ଏପରି ବ୍ୟାପକ ପରୀକ୍ଷା ସମ୍ଭବ ହୋଇଛି । ୧୦୨୨ଟି ସରକାରୀ ଓ ୬୦୧ ଘରୋଇ ଏହିପରି ମୋଟ ୧୬୨୩ଟି ପରୀକ୍ଷାଗାରରେ ଦେଶବ୍ୟାପୀ ନମୁନା ପରୀକ୍ଷା କରାଯାଇ ପାରୁଛି ।
ନିର୍ଦ୍ଦେଶାବଳୀ ଓ ପରାମର୍ଶ ପାଇଁ ଭିଜିଟ୍ କରନ୍ତୁ: https://www.mohfw.gov.in/ and @MoHFW_INDIA ।
କୋଭିଡ୍ ସଂକ୍ରାନ୍ତ ବୈଷୟିକ ପ୍ରଶ୍ନ ପଠାଇବା ପାଇଁ covid19@gov.in ଏବଂ ଅନ୍ୟାନ୍ୟ ପ୍ରଶ୍ନ ncov2019@gov.in and @CovidIndiaSeva ।
କୋଭିଡ-19 ସଂକ୍ରାନ୍ତ କୌଣସି ପ୍ରଶ୍ନ ମଧ୍ୟ ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟର ହେଲ୍ପଲାଇନ ନଂ – +91-11-23978046 କିମ୍ବା 1075 (ନିଃଶୁଳ୍କ)କୁ ପଚରା ଯାଇପାରିବ ।
ରାଜ୍ୟଗୁଡିକର ହେଲ୍ପଲାଇନ ନଂ: https://www.mohfw.gov.in/pdf/ coronvavirushelplinenumber.pdfରେ ଉପଲବ୍ଧ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ