ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୧୯ ହଜାର କରୋନା ପଜିଟିଭ୍

ନୂଆଦିଲ୍ଲୀ : ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବୃଦ୍ଧିପାଇଚାଲିଛି ପ୍ରତ୍ୟେକ ଦିନ ରେକର୍ଡ ଭାଙ୍ଗୁଛି କରୋନା । ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ସଂକ୍ରମିତ ମୋଟ ରୋଗୀଙ୍କ ସଂଖ୍ୟା ୫ ଲକ୍ଷ ପାର କରିସାରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୧୯ ହଜାର ୯୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪୦୨ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଦେଶରେ ୨ ଲକ୍ଷ ୩ ହଜାର ୫୧ଆକ୍ଟିଭ ମାମଲା ରହିଥିବାବେଳେ ମୋଟ୍ ୩ ଲକ୍ଷ ୯ ହଜାର ୭୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୮୫୯କୁ ବୃଦ୍ଧି ପାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ