ଦେଶୀ ଓ ବିଦେଶୀ ମଦ ଜବତ : ୪ ଗିରଫ

ଧମାନଗର, (ସନ୍ତୋଷ କୁମାର ପ୍ରଧାନ) :-ଭଦ୍ରକ ଅବକାରୀ ନିରୀକ୍ଷକ ଶ୍ରୀ ଧନେଶ୍ୱର ବରାଡ଼ଙ୍କ ନେତୃତ୍ୱରେ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଧାମନଗର ଥାନା ଅନ୍ତର୍ଗତ ଚିଙ୍ଗୁଡ଼ିପୁର, ଶି ପୁର, ବାରିକପୁର, ଅନନ୍ତପୁର, ଜଳମଣ୍ଡୁଆ ଏବଂ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗଜେନ୍ଦ୍ରପୁର, ବେଲଦା ଓ ହାତୀସାହି ଗ୍ରାମ ଅଞ୍ଚଳରେ ଚଢାଉ କରାଯାଇ ୮୦ ଲିଟର ଦେଶୀ ମଦ ଓ ୫.୪୦୦ ଲିଟର ବିଦେଶୀ ମଦ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ମୋଟ ୦୪ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ମାନେ ହେଲେ ଧାମନଗର ଥାନା ଅନ୍ତର୍ଗତ ଦୁର୍ଗାପୁର ଗ୍ରାମର ପ୍ରେମାନନ୍ଦ ଦାସ, ଅନନ୍ତପୁର ଗ୍ରାମର ଦିନା ମୁଣ୍ଡା ଓ ମୁନା ଚାମ୍ପିଆ ମୁଣ୍ଡା ଏବଂ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗଜେନ୍ଦ୍ରପୁର ଗ୍ରାମର ନିରାକାର ଜେନା । ଜବତ ମଦର ଆନୁମାନିକ ମୂଲ୍ୟ ୩୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏସ୍‌.ଆଇ ରବି ବେହେରା, ଏ.ଏସ୍‌.ଆଇ ପୁରୁଷୋତ୍ତମ ମଲ୍ଲିକ, କନେଷ୍ଟବଳ ପ୍ରଦୀପ ମଲ୍ଲିକ, ଅଜିତ କୁମାର ସିଙ୍କୁ, ରମେଶ ନାୟକ, ଅନବାଦିତ୍ୟ ବାରିକ, ଶିବପ୍ରସାଦ ସାହୁ, ସନ୍ଧ୍ୟାରାଣୀ ସେନାପତି ପ୍ରଭୃତି ସାମିଲ ଥିଲେ । ଏନେଇ ଅବକାରୀ ଥାନା ପକ୍ଷରୁ ୦୪ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ