ଦେଶୀ, ବିଦେଶୀ ମଦ ଜବତ : ୩ ଗିରଫ
ବନ୍ତ, (ଚାନ୍ଦିନୀ ମହାନ୍ତି) :-ଭଦ୍ରକ ଅବକାରୀ ଅଧିକ୍ଷକ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ନିରୀକ୍ଷକ ଧନେଶ୍ୱର ବରାଡଙ୍କ ନେତୃତ୍ୱରେ ଜିଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ଥାନାର ଭାରପ୍ରାପ୍ତ ଅଧିକାରୀ ସନ୍ତୋଷ କୁମାର ବଳ ଓ କର୍ମଚାରୀଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ୍ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ଚାରିଘରିଆ, ଉଗାଳପୁର, ନଳାଙ୍ଗ ଓ ବନ୍ତ ବ୍ଲକ ଆଗରପଡା ଥାନା ଅଧିନ ଜାମବଣି ଛକ, ବୋଡକ ପାଟଣା ଗ୍ରାମରେ ଚଢାଉ କରି ୩୦ ଲିଟର ଦେଶୀ ରନ୍ଧା ମଦ ଓ ୭ ଲିଟର ବିଦେଶୀ ମଦ ଜବତ କରିବା ସହିତ ଏଥିରେ ସଂପୃକ୍ତ ଚାରିଘରିଆ ଗ୍ରାମର ଚକ୍ରଧର ନାୟକ, ବୋଡକପାଟଣା ଗ୍ରାମର ଖଗେଶ୍ୱର ଜେନା, ବ୍ରହ୍ମାନନ୍ଦ ରାଉତଙ୍କୁ ଗିରଫ କରାଯାଇଛି । ଜବତ ମଦର ଆନୁମାନିକ ମୂଲ୍ୟ ୩୦ ହଜାର ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଇଛି । ଚଢାଉରେ ଧାମନଗର ଅବକାରୀ ଥାନାର ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲ, ଏଏସଆଇ ପୁରୁଷୋତ୍ତମ ମଲ୍ଲିକ, କନେଷ୍ଟବଳ ପ୍ରଦୀପ ମଲ୍ଲିକ, ଅଜିତ୍ କୁମାର ସିଙ୍କୁ, ରମେଶ ନାୟକ, ଅନବାଦିତ୍ୟ ବାରିକ, ଜେମାମଣି ଜାମୁଡା ସାମିଲ ଥିଲେ । ଏନେଇ ଭଦ୍ରକ ଅବକାରୀ ଥାନାରେ ୩ଟି ମାମଲା ରୁଜ୍ଜୁ ହୋଇଛି ।