ଧର୍ମପରାୟଣ ମହିଳାଙ୍କ ପରଲୋକ

ବନ୍ତ,(ଚାନ୍ଦିନୀ ମହାନ୍ତି):ରବିବାର ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଭଣ୍ଡାରଗଢିଆ ଗ୍ରାମର ସ୍ୱର୍ଗତ ବୈଷ୍ଣବ ଚରଣ ଲେଙ୍କାଙ୍କ ଧର୍ମପତ୍ନୀ ତଥା ଧର୍ମପରାୟଣ ମହିଳା ମଖି ଦେଇ(୯୦)ଙ୍କ ପରଲୋକ ଘଟିଛି । ଗତ କିଛି ଦିନ ହେବ ସେ ବାର୍ଦ୍ଧକ୍ୟଜନିତ ରୋଗରେ ପିଡିତ ଥାଇ ଚିକିତ୍ସାଧିନ ଥିଲେ । ତାଙ୍କ ମରଶରୀରକୁ ସାମାଜିକ ଦୂରତା ରକ୍ଷା କରାଯାଇ ଶତ୍କାର କରାଯାଇଥିଲା । ମୃତ୍ୟୁ ଶର୍ଯ୍ୟା ନିକଟରେ ପୁଅ, ବୋହୁ, ଝିଅ, ଜ୍ୱାଇଁ, ନାତିନାତୁଣୀ ମାନେ ଉପସ୍ଥିତ ଥିଲେ । ବଡପୁଅ ନାରାୟଣ ମୁଖାଗ୍ନି ଦେଇଥିଲେ । ସେ ଜଣେ ପରୋପକାରୀ, ମେଳାପୀ, ଧର୍ମପରାୟଣ ମହିଳା ଥିଲେ । ତାଙ୍କ ମୃତ୍ୟୁରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ