ନଦୀରେ ଭାସିଗଲେ ଦୁଇ ନାବାଳିକା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ଜୁଡ଼ାବାଲି ଠାରେ ଶନିବାର ଏକ ଅଘଟଣ ଘଟିଛି। ମଧ୍ୟାହ୍ନରେ ଜୁଡ଼ାବାଲିର ୬ ନାବାଳିକା ଗାଧୋଇବା ପାଇଁ ଶ୍ରଲିଗୁଡ଼ା ନଦୀକୁ ଯାଇଥିବା ବେଳେ ନଦୀର ପ୍ରଖର ସ୍ରୋତରେ ଦୁଇ ଜଣ ନାବାଳିକା ଭାସିଯାଇଥିଲେ। ଏହି ଖବର ପାଇ ସ୍ଥାନୀୟ ଲୋକେ ସଙ୍ଗେ ସଙ୍ଗେ ଘଟଣା ସ୍ଥଳରେ ପହଞ୍ଚି ଦୁଇଜଣଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ହେଲେ ଜଣଙ୍କୁ ଉଦ୍ଧାର କରିବାରେ ସଫଳ ହୋଇଥିଲେ। ଅନ୍ୟ ଜଣଙ୍କୁ ଖୋଜାଖୋଜି କରି ନ ପାଇବାରୁ ସ୍ଥାନୀୟ ଲୋକେ କୋଟଗଡ଼ ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଗାଁ ଲୋକଙ୍କ ସହାୟତାରେ ଖୋଜାଖୋଜି କରିଥିଲେ। ତେବେ ଭାସିଯାଇଥିବା ଚାନ୍ଦିନୀ ମଲିକ(୧୪) ନିଖୋଜ ଅଛନ୍ତି। ଉଦ୍ଧାର ହୋଇଥିବା ନାବାଳିକା ଜଣକ ଅଳନ୍ତି ଗଉଁତିଆ। ଘଟଣା ସ୍ଥଳରେ କୋଟଗଡ଼ ଥାନା ଅଧିକାରୀ ପ୍ରଦୀପ କୁମାର ରାଉଳ, ତହସିଲଦାର ଦିବାକର ମାଝି ଓ ବିଡିଓ ଅର୍ଜୁନ ପ୍ରଧାନ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଥିବା ଜଣାପଡ଼ିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ