ନଦୀ କୂଳ ରୁ ଯୁବକ ଙ୍କ ମୃତ ଦେହ ଉଦ୍ଧାର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) :-କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ନୂତନ ହାଟ ନିକଟ ନଦୀ ତୋଠ ଠାରେ ୧୩ ନମ୍ବର ୱାର୍ଡ ବୁଲୁସୁଗା ଗ୍ରାମର ଅଶୋକ ବେହେରା ନାମକ ଜଣେ ବ୍ୟକ୍ତିଙ୍କ ଶରୀର ନଦୀରେ ଭାସୁଥିବା ଅବସ୍ଥାରେ ନିକଟସ୍ଥ  ଲୋକ ଦେଖି ପୋଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ l ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ମୃତକଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚାଇଥିଲେ l ତେବେ ରାତି ହୋଇଯାଇଥିବା ଯୋଗୁ ଶବ ବ୍ୟବଛେଦ ହୋଇପାରିନଥିଲା l ତହିଁ ଆରଦିନ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରାଯାଇଥିଵା ବେଳେ ଏନେଇ ଜି. ଉଦୟଗିରି ଥାନାରେ ୦୨/୨୨ ରେ ଏକ  ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ନେଇ ଥାନା ଅଧିକାରିଣୀ ରେବତୀ ଶବର ସୂଚନା ଦେଇଛନ୍ତି l
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ