ନନ୍ଦାହାଣ୍ଡି ବ୍ଲକରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜନଶୁଣାଣି ଶିବିର

ନବରଙ୍ଗପୁର,(ୱାଇଏନଏସ):ନନ୍ଦାହାଣ୍ଡି ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର,ବିଡିଓ କ୍ଷୀରୋଦ ଚନ୍ଦ୍ର ସାହୁଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୨୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୩ ଜଣ ଚିହ୍ନଟ ଦିବ୍ୟାଙ୍ଗଙ୍କୁ ହ୍ବିଲ ଚେୟାର ପ୍ରଦାନ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ