ନନ୍ଦ ସାର୍‌ଙ୍କ ବିୟୋଗ ସମଗ୍ର ଦେଶର ଶିକ୍ଷା ସମାଜ ପାଇଁ ଅପୂରଣୀୟ କ୍ଷତି : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) : ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ତଥା ନନ୍ଦ ସାରଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶୋକବାର୍ତାରେ କହିଛନ୍ତି ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ତଥା ନନ୍ଦ ସାରଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ବିନା ପାରିଶ୍ରମିକରେ ତିନି ପିଢ଼ି ଧରି ନିରବଚ୍ଛିନ୍ନ ଭାବେ ଛୋଟ ଛୋଟ ପିଲାଙ୍କୁ ଶିକ୍ଷାଦାନ କରି ଆସୁଥିବା ନନ୍ଦ ସାରଙ୍କ ବିୟୋଗ କେବଳ ଓଡ଼ିଶା ନୁହେଁ ବରଂ ସମଗ୍ର ଭାରତର ଶିକ୍ଷା ସମାଜ ପାଇଁ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ