ନବବର୍ଷ ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ

ପୁରୀ : ନବବର୍ଷ ପାଇଁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ ଦେଖାଦେଇଛି । ନବବର୍ଷ ଅବସରରେ ରାତି ଗୋଟାଏରେ ଶ୍ରୀମନ୍ଦିର ଦ୍ବାର ସାଧାରଣ ଦର୍ଶନ ପାଇଁ ଖୋଲାଯାଇଥିବାବେଳେ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ନୂଆବର୍ଷ ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିର ଆୟୋଜନ କରାଯାଇଥିଲା। ନବବର୍ଷ ଉପଲକ୍ଷେ ଶ୍ରୀମନ୍ଦିରକୁ ଚଳିତ ବର୍ଷ ଭିନ୍ନ ଢଙ୍ଗରେ ସଜାଯାଇଥିଲା। ଭକ୍ତମାନଙ୍କ ମନରେ ଆଧ୍ୟାତ୍ମିକ ଚେତନା ସୃଷ୍ଟି କରିବା ପାଇଁ ସିଂହଦ୍ୱାର ସମ୍ମୁଖରେ ଭଜନ ଓ ଜଣାଣର ବ୍ୟବସ୍ଥା କରାଯାଇଥିଲା। ପୁରୀ ଜିଲ୍ଲା ପୋଲିସ ପକ୍ଷରୁ ଟ୍ରାଫିକ ଗାଇଡଲାଇନ ଜାରି କରାଯାଇଥିଲା। ପାର୍କିଂ ପାଇଁ ମାଳତୀପାଟପୁର, ତାଳବଣିଆ, ଇଣ୍ଡୋର ଷ୍ଟାଡିୟମ, ଆଇଟିଆଇ ପରିସର ଓ ଜଗନ୍ନାଥ ଷ୍ଟାଡିୟମରେ ପାର୍କିଂ ବ୍ୟବସ୍ଥା କରାଯାଇଥିଲା। ସହର ମଧ୍ୟକୁ ଭାରୀଯାନ ପ୍ରବେଶ ଉପରେ କଟକଣା ଜାରି କରାଯାଇଥିଲା। ଭକ୍ତମାନେ ଯେପରି ଶାନ୍ତିଶୃଙ୍ଖଳାର ସହିତ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ ସେଥିପାଇଁ ୬୫ ପ୍ଲାଟୁନ୍‌ ପୋଲିସ ମୁତୟନ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ