ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’
ଭୁବନେଶ୍ୱର,(ୱାଇଏନ୍ଏସ୍): ଏଣିକି ସ୍କୁଲ ପାଠ୍ୟକ୍ରମରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ସ୍ଥାନ ପାଇବ ବୋଲି ଜଣାଯାଇଛି। ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ବନ୍ଦେ ଉତ୍କଳ ଜନନୀ ସ୍ଥାନ ପାଇବ। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଗରୁ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତର ପ୍ରଦାନ କରିଛନ୍ତି ସରକାର। ଏହାକୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦିଆଯିବା ପରେ ସ୍କୁଲମାନଙ୍କରେ ଏହାକୁ ଗାନ କରିବା ବାଧ୍ୟତାମୂଳକ ବୋଲି କୁହାଯାଇଥିଲା ।


