ନବମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣା ମାମଲା ୯ ଅଭିଯୁକ୍ତ ଗିରଫ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ଚର୍ଚ୍ଚିତ ନବମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ୯ ଅଭିଯୁକ୍ତଙ୍କୁ ଗିରଫ କଲା ଫୁଲବାଣୀ ସଦର ଥାନା ପୋଲିସ। ଗିରଫ ଅଭିଯୁକ୍ତମାଙ୍କ ମଧ୍ୟରେ ଡକାଙ୍ଗିର ରାଜେନ୍ଦ୍ର ମଲ୍ଲିକ, ଟୁକୁନା ମଲ୍ଲିକ, ଲମ୍ବୋଦର ମଲ୍ଲିକ, ଅନିଲ ମଲ୍ଲିକ, ବତି ବେହେରା, ସୁକୁରୁ ମଲ୍ଲିକ, ସୁମନ ମଲ୍ଲିକ, ସାନନ୍ଦ ମଲ୍ଲିକ ଏବଂ ବିଶ୍ୱନାଥ ମଲ୍ଲିକ। ଏହା ପୂର୍ବରୁ ଅନ୍ୟ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ସଦର ପୋଲିସ । ସୂଚନାନୁଯାୟୀ, ଗଉଡପଡା ଗ୍ରାମର ଜଣେ ନାବାଳିକା ଦୂତିପଡା ଲେମ୍ବୁ ବଗିଚା ହାଇସ୍କୁଲ ହଷ୍ଟେଲରେ ରହି ନବମ ଶ୍ରେଣୀରେ ପାଠ ପଢୁଥିଲେ । ସ୍କୁଲ ଛୁଟି ହେବାରୁ ସେ ତାଙ୍କ ମାଆଙ୍କ ସାଙ୍ଗରେ ଘରକୁ ଆସିଥିଲେ । ଘରେ କିଛି ଦିନ ରହିବା ପରେ ସେ ଡକାଙ୍ଗିରେ ଥିବା ସାଙ୍ଗ ଘରକୁ ଯାଇଥିଲେ । କିନ୍ତୁ ସେଠାରୁ ଆଉ ଘରକୁ ଫେରି ନଥିଲେ । ଦୁଇଦିନ ପରେ ଆଇଟିଆଇ ପାଖ ନିକଟସ୍ଥ ଏକ ଆମ୍ବ ଗଛରେ ତାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା । ତାଙ୍କୁ ଦୁଷ୍କର୍ମ କରିବା ପରେ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ସଦର ଥାନାରେ ଏତଲା ଦେଇଥିଲେ । ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ପୂର୍ବରୁ ନାବାଳିକାକୁ ମାଡ଼ ମାରି ଲହୁ ଲୁହାଣ କରାଯିବା ଭିଡ଼ିଓ ମଧ୍ୟ ଭାଇରାଲ ହୋଇଥିଲା । ଏହାକୁ ନେଇ ଜିଲ୍ଲାରେ କଂଗ୍ରେସ, କୁଇ ସମାଜ ଏବଂ ଏବିଭିପି ପକ୍ଷରୁ ଏସ୍‌ପିଙ୍କୁ ଭେଟି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିବା ପାଇଁ ଦାବି କରାଯାଇଥିଲା । ଗତ ୨୧ ତାରିଖରେ ଏବିଭିପି ପକ୍ଷରୁ ଏକ ବିଶାଳ ରାଲି ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ ନକଲେ ରାଜ୍ୟରେ ଆନ୍ଦୋଳନ କରାଯିବ ବୋଲି ଏବିଭିପି ଚେତାବନୀ ଦେଇଥିଲା । ଜିଲ୍ଲା କଂଗ୍ରେସର ଏକ ପ୍ରତିନିଧିଦଳ ଏସପିଙ୍କୁ ଭେଟି ଏହାର ସଠିକ ତଦନ୍ତ କରାଯିବା ସହ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଦାବି କରିଥିଲେ । ଏହା ସହିତ କଂଗ୍ରେସର ମୋହନା ବିଧାୟକ ତଥା କନ୍ଧମାଳ ଜିଲା ପ୍ରଭାରୀ ଦାଶରଥି ଗମାଙ୍ଗ ଏନେଇ ବିଧାନସଭାରେ ପ୍ରଶ୍ନ ଉଠାଇବା ସହିତ ତୁରନ୍ତ ନାବାଳିକା ପରିବାରକୁ ନ୍ୟାୟ ଦେବା ପାଇଁ ଦାବି କରିଥିଲେ । ତେବେ ଏହି ଘଟଣାରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ତଦନ୍ତ କରି ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିଛି l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ