ନବରଙ୍ଗପୁରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪
ନବରଙ୍ଗପୁର,(ୱାଇଏନଏସ): ଶନିବାର ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ର ଅଧ୍ୟକ୍ଷ ସୁବ୍ରତ ମହାନ୍ତିଙ୍କ ନିର୍ଦ୍ଧେଶ କ୍ରମେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ଅନୁଷ୍ଟିତ ହୋଇଯାଇଛି। ଜିଲ୍ଲା ଦୌରାଜର୍ଜ ସୁବ୍ରତ ମହାନ୍ତି ୦୩(ଗୋଟି) ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ ଦାବି (ଏମ ଏ ସି ଟି)ବାବଦକୁ ଫଇସଲା କରି ଟ.୨୫,୫୦,୦୦୦/- ଓ ୦୬(ଗୋଟି) ଅନ୍ୟାନ୍ୟ ଦେବ।ନି କେସ ବାବଦକୁ ଫଇସଲା କରି ଟ.୪୧,୫୨,୩୨୯/- କ୍ଷତିପୁରଣ ଆଦାୟ କରିଛନ୍ତି। ପରିବାର ବିଚାରବିଭାଗୀୟ ଜର୍ଜ ଲିଲିପ୍ତା ପସାୟତ ୧୪ (ଗୋଟି) ପାରିବାରିକ ବିବାଦ କେସ ସମାଧାନ କରିଛନ୍ତି ସେଥିମଧ୍ୟରୁ ୦୨ (ଗୋଟି) କେସରେ ଦୀର୍ଘ ଦିନର ବିବାଦର ଅନ୍ତ ଘଟାଇ ଦମ୍ପନ୍ତୀଙ୍କ ମଧ୍ୟରେ ଆପୋଷ ମିଳାମିଶା କରାଇଛନ୍ତି । ବରିଷ୍ଠ ଦେବାନୀ ଜର୍ଜ ମୋନିତା ତ୍ରିପାଠୀ ୦୫ ଟି ବ୍ୟାଙ୍କ ଋଣଦେୟ ସମ୍ବଦ୍ଧିୟ ବିବାଦର ଫଇସଲା କରି ଟ.୮,୧୮,୩୬୬.୨୩ ଟଙ୍କା ରୁଣ ଆଦାୟ କରିଛନ୍ତି ଓ ଗୋଟିଏ ଦେବାନି କେସ ମଧ୍ୟ ସମାଧାନ କରିଛନ୍ତି । ସେହିଭଳି ଉପଖଣ୍ଡ ବିଚାର ବିଭାଗୀୟ ଦଣ୍ଡାଧିକାରୀ, ନବରଙ୍ଗପୁର ପ୍ରଜ୍ଞା ପଣ୍ଡା ୪୨ଟି ଫୌଜଦାରୀ ମକଦ୍ଦମାର ଫଇସଲା କରିଛନ୍ତି । ସେହିଭଳି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ ରାଜେଶ କୁମାର ମିଶ୍ର ୧୦ଟି ଫୌଜଦାରୀ ମକଦ୍ଦମା ର ଫଇସଲା କରିଛନ୍ତି। ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ସର୍ବମୋଟ ୨୫୩ ଗୋଟି କୋର୍ଟ କେସ ଓ ୧୧୩୫୧ ଗୋଟି ରାଜସ୍ୱ କେସର ଫଇସଲା କରାଯଇ ଟ.୮,୬୨,୨୧୮/- ରାଜସ୍ୱ ଆଦାୟ କରାଯାଇଛି। ସେହିପରି ବ୍ୟାଙ୍କର ୨୫ଟି ପ୍ରାକ ମକଦ୍ଦମା ମଧ୍ୟ ଫଇସଲା କରାଯାଇ ଟ.୫,୦୪,୫୦୪/- ରୁଣ ଆଦାୟ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଅନ୍ୟାନ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲା ଜର୍ଜ ବିଷ୍ଣୁ ପ୍ରସାଦ ମିଶ୍ର, ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରି ଶ୍ରୀମତୀ ସୀମା ତ୍ରିପାଠୀ ଓ ରେଜିଷ୍ଟ୍ରାର ଜିଲ୍ଲାକୋର୍ଟ ସୁକାନ୍ତ କିଶୋର ଜେନା ଯୋଗ ଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀମତୀ ସାଇ ଅଭିସ୍ପା ଗୋଛାୟତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ପରିଚାଳନା କରିଥିବା ବେଳେ କୋର୍ଟର ଆଇନଜୀବୀ ଓ କର୍ମଚାରୀ ସହଯୋଗ କରିଥିଲେ।