ନବୀନଙ୍କ ଦ୍ୱାରା କଳିଗାଁ ସରପଞ୍ଚ ପୁରସ୍କୃତ

ହାଟଡ଼ିହି, (ବିକାଶ ବିଶ୍ୱାଳ) : ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକ ତଥା ହାଟଡିହି ବ୍ଲକ କଳିଗାଁ ପଞ୍ଚାୟତର ଯୁବ ସରପଞ୍ଚ ଅମରେନ୍ଦ୍ର ଧଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କୃତ କରିଛନ୍ତି । ବିଜୁ ଛାତ୍ର ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ବିଜୁ ପଟ୍ଟନାୟକଙ୍କ ଜୀବନୀ ଓ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନକୁ ନେଇ ହୋଇଥିବା କୁଇଜ ପ୍ରତିଯୋଗୀତାରେ କେନ୍ଦୁଝର ମାଟିର ସୁଯୋଗ୍ୟ ସନ୍ତାନ ସରପଞ୍ଚ ଇଂ ଅମରେନ୍ଦ୍ର ଧଳ ଦ୍ୱିତୀୟ ସ୍ଥାନ ହାସଲ କରିବାରେ ସକ୍ଷମ ହୋଇଥିଲେ । ଏଥିପାଇଁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ପୁରସ୍କୃତ କରିଛନ୍ତି । ଅମରେନ୍ଦ୍ରଙ୍କୁ ଏହି ପୁରସ୍କାର ମିଳିବାପରେ ସମଗ୍ର ହାଟଡିହି ବ୍ଲକରେ ଖୁସିର ଲହରୀ ଖେଳିଯିବା ସହ ଅନେକ ବରିଷ୍ଠ ରାଜନେତା ଓ ଯୁବ ଓ ଛାତ୍ର ବିଜେଡିର କର୍ମକର୍ତ୍ତା ଅମରେନ୍ଦ୍ରଙ୍କ ଅନେକ ଶୁଭେଚ୍ଛୁ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ତାଙ୍କୁ ଏହି ସୁଯୋଗ ଦେଇଥିବାରୁ ଅମରେନ୍ଦ୍ର ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପୁର୍ବତନ ମନ୍ତ୍ରୀ ତଥା ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ବଳବନ୍ତ ରାୟ, ଯୁବ ବିଜେଡି ସଭାପତି ବ୍ୟୋମେକେଶ ରାୟ, ଛାତ୍ର ବିଜେଡି ସଭାପତି ଦେବୀ ରଞ୍ଜନ ତ୍ରିପାଠୀ, ପୁର୍ବତନ ଜିଲ୍ଲା ସଭାପତି ବିମ୍ବାଧର ବିଶ୍ୱାଳ, ଜିଲ୍ଲା ସଭାପତି ମାଧବ ସର୍ଦ୍ଦାର, ଜିଲ୍ଲା ଯୁବ ବିଜେଡି ସଭାପତି ରାକେଶ ରାମ, ଜିଲ୍ଲା ଜୀବନବିନ୍ଦୁ ସଂଯୋଜକ ପ୍ରଦୀପ ସାହୁ ପ୍ରମୁଖଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ